ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାରେ ୨୦ ଆହତ

ବାଲେଶ୍ୱର ଅଫିସ,୧୮।୧: ଜାତୀୟ ରାଜପଥ ଖନ୍ତାପଡା ଥାନା ମେଘନା ପେଟ୍ରୋଲ ପମ୍ପ ନିକଟରେ ଶନିବାର ବସ୍‌ ସହିତ ଟ୍ରକ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨୦ଯାତ୍ରୀ ଆହତ ହୋଇଛନ୍ତି। ସେଥିମଧ୍ୟରୁ ୧୦ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କଲିକତାରୁ ପୁରୀ ଯାଉଥିବା ଶ୍ରୀ ଶ୍ୟାମ ରଥ ବସ୍‌ ଭୋର ୪ଟାରେ ଯାଉଥିବା ବେଳେ ଖନ୍ତପଡ଼ା ଥାନା ନିକଟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ବସ୍‌ରେ ୭୦ଜଣ ତୀର୍ଥଯାତ୍ରୀ ରହିଥିବା ବେଳେ ସେମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ଉଦ୍ଧାର କରି ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରିଛି।