Posted inପୁରୀ

ତୀର୍ଥ ପୁଷ୍କରଣୀରେ ବୁଡ଼ି ବାଳକଙ୍କ ଜୀବନ ଗଲା

କୋଣାର୍କ,୨୮ା୩(ଡି.ଏନ୍‌.ଏ.)- କୋଣାର୍କ ଥାନା ଅଧୀନସ୍ଥ ଚନ୍ଦ୍ରଭାଗା ତେଲୁଗୁ ବସ୍ତିର ୧୦ବର୍ଷର ବାଳକ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରଣୀରେ ଗାଧୋଉଥିବା ବେଳେ ବୁଡିଯାଇ ମୃତ୍ୟୁ କରିିଛି। ସୂଚନାଯୋଗ୍ୟ, ଚନ୍ଦ୍ରଭାଗା ତେଲୁଗୁ ବସ୍ତି ନୂଆ ସାହିର ପି.କେ କାଶି ରାଓଙ୍କ ପୁଅ ପି.କେ କିରନ ନିଜ ସାଙ୍ଗମାନଙ୍କ ସହ ଶୁକ୍ରବାର ତୀର୍ଥ ପୁଷ୍କରଣୀରେ ଗାଧୋଉଥିବା ବେଳେ ପାଣିରେ ଗୋଡ଼ ଖସି ବୁଡି ଯାଇଥିଲେ। ଏହାଦେଖି ତାଙ୍କ ସାଙ୍ଗମାନେ ବସ୍ତି ଲୋକମାନଙ୍କୁ ଡାକିଥିଲେ। ଏହାଶୁଣି କିରନର ବାପା ଓ ଅନ୍ୟ କେତେଜଣ ବ୍ୟକ୍ତି ପହଞ୍ଚତ୍ ତାକୁୁ ପାଣିରୁ ଉଦ୍ଧାର କରିଥିଲେ। କିନ୍ତୁ ସେତେବେଳେ ତା’ର ମୃତ୍ୟୁ ହୋଇଯାଇଥିଲା। ଖବରପାଇ କୋଣାର୍କ ଥାନାଧିକାରୀ ରଞ୍ଜନ କୁମାର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚତ୍ବାବେଳକୁ ମୃତ ବାଳକଟିକୁ ପରିବାରବର୍ଗ ଶଶ୍ମାନରେ ପୋତି ଦେଇଥିଲେ। ପରେ ମୃତ ବାଳକଙ୍କ ବାପାଙ୍କ ସହମତିରେ ଏ ନେଇ କୌଣସି ମାମଲା ରୁଜୁ କରାଯାଇ ନ ଥିବା ଥାନାଧିକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ସୁରକ୍ଷା ନେଇ ଉଠିଲା ପ୍ରଶ୍ନବାଚୀ, ରତ୍ନଭଣ୍ଡାର ଗଣତିମଣତି ବେଳେ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌

ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri