ତୁରନ୍ତ ଆର୍‌ପିଡିଏସି ବୈଠକ ବସିବାକୁ ଦାବି:ଜିଲାପାଳଙ୍କୁ ଭେଟିଲେ ରୁଙ୍ଗ୍‌ଟା କ୍ଷତିଗ୍ରସ୍ତ

ଢେଙ୍କାନାଳ ଅଫିସ,୧୮ା୬ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଝାଡବନ୍ଧଠାରେ ରୁଙ୍ଗଟା ମାଇନ୍ସ ଲିମିଟେଡ ପ୍ରକଳ୍ପ ପାଇଁ ପୁନର୍ବାସ ଥଇଥାନ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି(ଆରପିଡିଏସି) ବୈଠକ ତୁରନ୍ତ କରିବା ପାଇଁ ସ୍ଥାନୀୟ ଅଞ୍ଚଳର ଜମିହରା ପ୍ରଜା ଦାବି କରିଛନ୍ତି। ସୋମବାର ସେମାନେ ଜିଲାପାଳଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିଛନ୍ତି।
ଅଭିଯୋଗରୁ ଜଣାପଡିଛି, ପ୍ରକଳ୍ପ କାର୍ଯ୍ୟ ଆରମ୍ଭ ସମୟରେ ହିନ୍ଦୋଳ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ କମ୍ପାନୀ ପରିସରରେ ଏକ ତ୍ରିପାକ୍ଷିକ ବୈଠକ ବସିଥିଲା। ଏଥିରେ ଉପସ୍ଥାପନ ହୋଇଥିବା ଦାବିଗୁଡିକ ଆରପିଡିଏସି ବୈଠକରେ ଚୂଡାନ୍ତ ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। କିନ୍ତୁ ଏହି ବୈଠକ ବସିବା ପାଇଁ ଅହେତୁକ ବିଳମ୍ବ ହୋଇଥିବାରୁ କୌଣସି ମୌଳିକ ସମସ୍ୟାର ସମାଧାନ ହୋଇପାରିନାହିଁ। ସେହିପରି ବୈଠକରେ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ଜମିହରା ସଦସ୍ୟଙ୍କ ମଧ୍ୟରୁ କେତେଜଣଙ୍କୁ ନେଇ କମ୍ପାନୀ କର୍ତ୍ତୃପକ୍ଷ ଓ ପ୍ରଶାସନ ସହ ଯୋଗାଯୋଗ ରକ୍ଷା ଏବଂ ଅନ୍ୟାନ୍ୟ କାର୍ଯ୍ୟ ସମ୍ପାଦନ ପାଇଁ ଏକ କମିଟି ଗଠନ କରାଯିବା ଲାଗି ନିଷ୍ପତ୍ତି ହୋଇଥିଲା ା କିନ୍ତୁ କିଛି ମୁଷ୍ଟିମେୟ ଲୋକ କମ୍ପାନୀ ଓ ପ୍ରଶାସନକୁ ଜମିହରାଙ୍କ ଅଗୋଚରରେ ନିଜର ସ୍ବାର୍ଥ ହାସଲ ପାଇଁ ବିଭିନ୍ନ ପ୍ରକାର ଆନ୍ଦୋଳନ ଓ ଧମକ ଦେଉଛନ୍ତି ା ତେଣୁ ଘଟଣାର ସତ୍ୟାସତ୍ୟ ତଦନ୍ତ କରାଯାଇ ଯେଉଁମାନେ ପ୍ରକଳ୍ପ ପାଇଁ ସମ୍ପୂର୍ଣ୍ଣ ଭାବେ କ୍ଷତିଗ୍ରସ୍ତ ହୋଇଛନ୍ତି ସେମାନଙ୍କ ପ୍ରତିନିଧିଙ୍କୁ ନେଇ ଏକ କମିଟି ଗଠନ କରାଯିବାକୁ ଅଞ୍ଚଳର ପ୍ରାଣବନ୍ଧୁ ସାହୁ, ବିଦ୍ୟାଧର ସାହୁ, ଅରବିନ୍ଦ ମହାଳିକ, ଅଥୟ ସାହୁ, ଗୟାଚାନ୍ଦ ଦାସ, ବରୁଣ ବେହେରା, ୱାର୍ଡମେମ୍ବର ମହେନ୍ଦ୍ର ସାହୁ, ଗାଲପଡା ପଞ୍ଚାୟତ ନାଏବ ସରପଞ୍ଚ ବାସନ୍ତି ସାହୁ, ୱାର୍ଡମେମ୍ବର ସୁକାନ୍ତି ନାୟକ ଓ କୌଶଲ୍ୟା ବେହେରାଙ୍କ ସମେତ ବହୁ ଅଞ୍ଚଳବାସୀ ଜିଲାପାଳଙ୍କୁ ଲିଖିତ ଭାବରେ ଜଣାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri