Posted inଖେଳ

ତୁର୍କୀ ବକ୍ସର କରୋନାରେ ସଂକ୍ରମିତ

ଓ୍ବାଶିଂଟନ୍‌, ୨୬ା୩ (ଏପି)-ତୁର୍କୀର ଜଣେ ବକ୍ସର ସରହାତ୍‌ ଗୁଲର ଏବଂ ତାଙ୍କ ଟ୍ରେନର ସୈଫୁଲ୍ଲା ଡମ୍‌ଲୁପିନାର କରୋନା ଭାଇରସ ଦ୍ୱାରା ସଂକ୍ରମିତ ଥିବା ଜଣାପଡ଼ିଛି। ଲଣ୍ଡନରେ ଅନୁଷ୍ଠିତ ଅଲିମ୍ପିକ କ୍ୱାଲିଫିକେଶନ ପ୍ରତିଯୋଗିତାରୁ ଏହି ଦୁଇ ଜଣ ଫେରିଥିଲେ। ତୁର୍କିଶ ବକ୍ସିଂ ଫେଡେରଶନ ତରଫରୁ ଏହି ସୂଚନା ଦିଆଯାଇଛି। ଫେଡେରଶନର କହିବା ଅନୁସାରେ ପ୍ରତିଯୋଗିତା ଲାଗି ପ୍ରସ୍ତୁତ ହେବା ଲାଗି ତାଙ୍କ ବକ୍ସିଂ ଦଳ ମାର୍ଚ୍ଚ ୩ରୁ ଶିଫିଲ୍ଡରେ ଏକ ଟ୍ରେନିଂ କ୍ୟାମ୍ପରେ ଥିଲା। ସେଠାରୁ ମାର୍ଚ୍ଚ ୧୧ରେ ଲଣ୍ଡନ ଯାତ୍ରା କରିଥିଲା। ସମସ୍ତ ଟିମ୍‌ ଗୋଟିଏ ହୋଟେଲରେ ଅବସ୍ଥାନ କରିଥିଲେ। ସରକାରୀ ସଂଗଠନ ଏଆଇବିଏ ଏହାର ପ୍ରତିଯୋଗିତାକୁ ସସ୍‌ପେଣ୍ଡ କରିଥିବାରୁ ଆଇଓସି ତରଫରୁ ବକ୍ସିଂ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ତୁର୍କୀଶ ଟିମ୍‌ ମାର୍ଚ୍ଚ ୧୫ ଓ ୧୬ରେ ପ୍ରତିଯୋଗିତାରେ ଭାଗ ନେଇଥିଲା। ଆଇଓସି ପ୍ରତିଯୋଗିତା ସ୍ଥଗିତ ରଖିବା ପରେ ମାର୍ଚ୍ଚ ୧୭ରେ ଟିମ୍‌ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଥିଲା। ଦସଦଳର ସମସ୍ତ ସଦସ୍ୟଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଗୁଲର ଓ ଡମ୍‌ଲୁପିନାର ବର୍ତ୍ତମାନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ ଦୁଇ ଜଣ ବକ୍ସର ଜ୍ୱରରେ ପୀଡ଼ିତ ଥିବା ଜଣାଇବା ପରେ ତାଙ୍କଠାରୁ ସଂଗ୍ରହ କରାଯାଇଥିବା ନମୁନା ପରୀକ୍ଷା ପାଇଁ ପଠାଯାଇଛି। ଫଳାଫକଳୁ ଅପେକ୍ଷା କରାଯାଇଥିବା ଫେଡେରେଶନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri