ତୁର୍କୀ-ସିରିଆ ଅସ୍ତ୍ରବିରତିର ତୃତୀୟ ଦିନ: ସୀମାରେ ଗଲାଣି ୨୧ ଜୀବନ

ଡମାସ୍‌କସ୍‌,୨୧ା୧୦(ଆଇଏଏନ୍‌ଏସ୍‌): ସିରିଆର ଉତ୍ତରପୂର୍ବାଞ୍ଚଳରେ ତୁର୍କୀର ଆକ୍ରମଣକୁ ବନ୍ଦ କରିବା ଲାଗି ୩ ଦିନ ପୂର୍ବେ ଦୁଇ ଦେଶ ମଧ୍ୟରେ ଅସ୍ତ୍ରବିରତି ରାଜିନାମା ହୋଇଥିଲା। ଏହାପରଠାରୁ ସୀମାନ୍ତରେ ୨୦ ସାଧାରଣ ନାଗରିକ ଓ ଜଣେ ତୁର୍କୀ ସୈନ୍ୟ ନିହତ ହେଲେଣି। ଏଥିସହିତ ଅନ୍ୟ ୨୦ ଜଣ ଆହତ ହୋଇଛନ୍ତି। ନିହତ ୨୦ ନାଗରିକଙ୍କ ମଧ୍ୟରୁ ସିରିଆ ସୀମାନ୍ତ ସହର ରାସ୍‌ ଅଲ୍‌-ଆଇନ୍‌ର ଏକ ହସ୍ପିଟାଲରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା କୁର୍ଦ୍ଦିଶ୍‌ ରେଡ କ୍ରିସେଣ୍ଟ ପକ୍ଷରୁ କୁହାଯାଇଛି। ତୁର୍କୀ ସେନା ଆକ୍ରମଣରେ ଉକ୍ତ ହସ୍ପିଟାଲ ଆଂଶିକ କ୍ଷତିଗ୍ରସ୍ତ ହୋଇଥିଲା। ଗୁରୁବାର ରାତିରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ୍‌ ଏର୍ଡୋଗାନ୍‌ ଏବଂ ଆମେରିକା ଉପରାଷ୍ଟ୍ରପତି ମାଇକ୍‌ ପେନ୍ସଙ୍କ ମଧ୍ୟରେ ଅସ୍ତ୍ରବିରତି ରାଜିନାମା ସ୍ବାକ୍ଷର ହୋଇଥିଲା। ସାମରିକ କାର୍ଯ୍ୟାନୁଷ୍ଠାନ ଯୋଗୁ ଏପର୍ଯ୍ୟନ୍ତ ସିରିଆ ତୁର୍କୀ ସୀମାରେ ୨୩୫ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେବା ସହ ୬୭୭ ଜଣ ଆହତ ହେଲେଣି। ମୃତକଙ୍କ ମଧ୍ୟରେ ୨୨ ଶିଶୁ ଅନ୍ତର୍ଭୁକ୍ତ ବୋଲି କୁର୍ଦ୍ଦିଶ୍‌ କର୍ତ୍ତୃପକ୍ଷ ଶନିବାର କହିଥିଲେ। ଅନ୍ୟପକ୍ଷରେ ରବିବାର ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ ଯୋଗୁ ଜଣେ ସୈନ୍ୟ ନିହତ ହୋଇଥିବା ତୁର୍କୀ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri