ତୁଷୁରା ଏନ୍‌ଏସି ସବୁ ଡ୍ରେନ୍‌ରେ ବିଶୋଧକ ସିଞ୍ଚନ କରୁନି

ଗୁଡଭେଲା,୩।୪(ଡି.ଏନ.ଏ.)-ବର୍ତ୍ତମାନର ଭୟଙ୍କର କରୋନା ପରିସ୍ଥିତିର ମୁକାବିଲା କରିବା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସି ପକ୍ଷରୁ ସହରକୁ ସ୍ବଚ୍ଛ ଓ ସଂକ୍ରମଣ ମୁକ୍ତ ରଖିବାକୁ ସ୍ବଚ୍ଛତା ମିଶନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ତୁଷୁରା ସହରର ସମସ୍ତ ଡ୍ରେନ୍‌ରେ ବିଶୋଧକ ସିଞ୍ଚନ କରିବାକୁ ସହରବାସୀଙ୍କ ପକ୍ଷରୁ ଦାବି ହେଉଛି। ସହରର ଥିବା ଡ୍ରେନ୍‌, ଡମ୍ପିୟାର୍ଡରେ ମଇଳା ପଡି ରହିଥିବାରୁ ଦୁର୍ଗନ୍ଦ ବାହାରୁଛି ା କିଛି ଦିନ ତଳେ ଏନଏସି ପକ୍ଷରୁ ସହରର ମୁଖ୍ୟ ରାସ୍ତାରେ ଥିବା ଡ୍ରେନ ଓ ରାସ୍ତାରେ ବିଶୋଧକ ସଞ୍ଚନ କରାଯାଇଥିଲା। ହେଲେ ଗଳି ରାସ୍ତାରେ ଥିବା ଡ୍ରେନରେ ବିଶୋଧକ ସିଞ୍ଚନ କରାଯାଉ ନ ଥିବାରୁ ଲୋକଙ୍କ ଭିତରେ ଅସନ୍ତୋଷ ବୃଦ୍ଧି ପାଉଛି। ଏହା ସହିତ ଏହି ଏନଏସି ଅଧୀନ କପସିଲା, ଧାନଘରାରେ ମଧ୍ୟ ବିଶୋଧକ ସଞ୍ଚନ କରାଯାଇ ନ ଥିବା ଅଭିଯୋଗ ହେଉଛି। ସହରର ବିଭିନ୍ନ ସ୍ଥାନରେ କୁଢକୁଢ ଅଳିଆ ଆବର୍ଜନା ପଡି ରହୁଥିବାରୁ ସଂକ୍ରମଣ ହେବା ଆଶଙ୍କା ରହୁଛି। ଏଣୁ ତୁରନ୍ତ ବିଶୋଧକ ସିଞ୍ଚନ କରିବାକୁ ଦାବି ହେଉଥିବା ବେଳେ ଏ ନେଇ କିନ୍ତୁ ଏନଏସି କର୍ତ୍ତୃପକ୍ଷ କିଛି କହିବାକୁ ମନା କରି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri