Posted inଖେଳ

ତୃତୀୟ ଟେଷ୍ଟ: ଷ୍ଟୋକ୍ସ, ପୋପ୍‌ଙ୍କ ଶତକ

ପୋର୍ଟ ଏଲିଜାବେଥ,୧୮।୧(ଏ.ପି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ତା’ର ସ୍ଥିତି ଦୃଢ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯ ରନକରି ପାଳି ଘୋଷଣା କରିଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ୧୮ ଓଭରରେ ୨ ଉଇକେଟ ହରାଇ ୬୦ ରନ ସଂଗ୍ରହ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ୮ ଉଇକେଟ ହାତରେ ରଖି ଏବେ ୪୩୯ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ଡିନ୍‌ ଏଲଗାର ୩୨ ଓ ନାଇଟ ଓ୍ବାଚ୍‌ମ୍ୟାନେ ଅନରିଚ ନୋର୍ଜ ବିନାସ୍କୋରରେ ଅପରାଜିତ ରହିଛନ୍ତି। ଅନ୍ୟତମ ଓପନର ପିଟର ମଲାନ ୧୮ ଓ ଜୁବେର ହମ୍‌ଜା ୧୦ ରନକରି ଡୋମ ବେସ୍‌ଙ୍କ ଦ୍ୱାରା ଆଉଟ ହୋଇଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୪/୪ରୁ ଇଂଲଣ୍ଡ ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ବେନ୍‌ ଷ୍ଟୋକ୍ସ ୩୨ ଓ ଓଲି ପୋପ୍‌ ୩୯ ରନରୁ ଖେଳ ଆରମ୍ଭ କରି ଶତକ ହାସଲ କରିଥିଲେ। ଷ୍ଟୋକ୍ସ ୧୨୦ ରନ କରି ଆଉଟ ହୋଇଥିବା ବେଳେ ପୋପ୍‌ ୧୩୫ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସାମ କୁରାନ ୪୪ ଓ ମାର୍କ ଉଡ ୪୨ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ କେଶବ ମହାରାଜ ସର୍ବାଧିକ ୫, କାଗିସୋ ରାବାଡ଼ା ୨, ଡେନ ପାଟରସନ ଓ ନୋର୍ଜ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୧୫୨ ଓଭରରେ ୪୯୯/୯ ଇନିଂସ ଘୋଷଣା
(ପୋପ୍‌- ୧୩୫*, ଷ୍ଟୋକ୍ସ- ୧୨୦, ମହରାଜ- ୫/୧୮୦, ରାବାଡ଼ା- ୨/୯୭)।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୧୮ ଓଭରରେ ୬୦/୨
(ଏଲଗାର- ୩୨*, ନୋର୍ଜ- ୦*, ବେସ୍‌- ୨/୧୨)


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri