Posted inଖେଳ

ତୃତୀୟ ଟେଷ୍ଟ: ଷ୍ଟୋକ୍ସ, ପୋପ୍‌ଙ୍କ ଶତକ

ପୋର୍ଟ ଏଲିଜାବେଥ,୧୮।୧(ଏ.ପି.)- ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଇଂଲଣ୍ଡ ତା’ର ସ୍ଥିତି ଦୃଢ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ପ୍ରଥମ ଇନିଂସରେ ୧୫୨ ଓଭରରେ ୯ ଉଇକେଟ ହରାଇ ୪୯୯ ରନକରି ପାଳି ଘୋଷଣା କରିଛି। ଜବାବରେ ପ୍ରଥମ ଇନିଂସ ଆରମ୍ଭ କରି ଦକ୍ଷିଣ ଆଫ୍ରିକା ୧୮ ଓଭରରେ ୨ ଉଇକେଟ ହରାଇ ୬୦ ରନ ସଂଗ୍ରହ କରିଛି। ଫଳରେ ଦକ୍ଷିଣ ଆଫ୍ରିକା ୮ ଉଇକେଟ ହାତରେ ରଖି ଏବେ ୪୩୯ ରନ ପଛରେ ପଡିଛି। ଷ୍ଟମ୍ପ ଅପସାରଣ ବେଳକୁ ଓପନର ଡିନ୍‌ ଏଲଗାର ୩୨ ଓ ନାଇଟ ଓ୍ବାଚ୍‌ମ୍ୟାନେ ଅନରିଚ ନୋର୍ଜ ବିନାସ୍କୋରରେ ଅପରାଜିତ ରହିଛନ୍ତି। ଅନ୍ୟତମ ଓପନର ପିଟର ମଲାନ ୧୮ ଓ ଜୁବେର ହମ୍‌ଜା ୧୦ ରନକରି ଡୋମ ବେସ୍‌ଙ୍କ ଦ୍ୱାରା ଆଉଟ ହୋଇଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୨୪/୪ରୁ ଇଂଲଣ୍ଡ ଖେଳ ଆରମ୍ଭ କରିଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ବେନ୍‌ ଷ୍ଟୋକ୍ସ ୩୨ ଓ ଓଲି ପୋପ୍‌ ୩୯ ରନରୁ ଖେଳ ଆରମ୍ଭ କରି ଶତକ ହାସଲ କରିଥିଲେ। ଷ୍ଟୋକ୍ସ ୧୨୦ ରନ କରି ଆଉଟ ହୋଇଥିବା ବେଳେ ପୋପ୍‌ ୧୩୫ ରନକରି ଶେଷ ପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସାମ କୁରାନ ୪୪ ଓ ମାର୍କ ଉଡ ୪୨ ରନ ସଂଗ୍ରହ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ କେଶବ ମହାରାଜ ସର୍ବାଧିକ ୫, କାଗିସୋ ରାବାଡ଼ା ୨, ଡେନ ପାଟରସନ ଓ ନୋର୍ଜ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୧୫୨ ଓଭରରେ ୪୯୯/୯ ଇନିଂସ ଘୋଷଣା
(ପୋପ୍‌- ୧୩୫*, ଷ୍ଟୋକ୍ସ- ୧୨୦, ମହରାଜ- ୫/୧୮୦, ରାବାଡ଼ା- ୨/୯୭)।
ଦକ୍ଷିଣ ଆଫ୍ରିକା ପ୍ରଥମ ଇନିଂସ- ୧୮ ଓଭରରେ ୬୦/୨
(ଏଲଗାର- ୩୨*, ନୋର୍ଜ- ୦*, ବେସ୍‌- ୨/୧୨)


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri