Posted inଜାତୀୟ

ତୃତୀୟ ପର୍ଯ୍ୟାୟରେ ୬୭% ମତଦାନ

ନୂଆଦିଲ୍ଲୀ,୨୪ା୪(ପି.ଟି.): କାଁଭାଁ କେତେକ ସ୍ଥାନରେ ହିଂସାକୁ ଛାଡ଼ିଦେଲେ ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୩ ରାଜ୍ୟ ଓ ୨ କେନ୍ଦ୍ର ଶାସିତ ଅଞ୍ଚଳର ୧୧୭ ଲୋକ ସଭା ଆସନରେ ୬୭% ମତଦାତା ସେମାନଙ୍କ ରାଜନୈତିକ ଅଧିକାର ସାବ୍ୟସ୍ତ କରିଛନ୍ତି। ଭୋଟଗ୍ରହଣ କରାଯାଇଥିବା ଆସନଗୁଡ଼ିକ ମଧ୍ୟରେ ରହିଛି ଆସାମର ୪, ବିହାର (୫), ଛତିଶଗଡ଼ (୭), ଗୁଜରାଟ (୨୬), ଗୋଆ (୨), ଜମ୍ମୁ ଓ କଶ୍ମୀର (୧), କର୍ନାଟକ (୧୪), କେରଳ (୨୦), ମହାରାଷ୍ଟ୍ର (୧୪), ଓଡ଼ିଶା (୬), ୟୁପି (୧୦), ପଶ୍ଚିମବଙ୍ଗ (୫), ଦାଦର ଓ ନଗର ହାଭେଲି (୧), ତ୍ରିପୁରା (୧) ଏବଂ ଡାମନ ଓ ଡିଉର ଗୋଟିଏ। ଏହି ଆସନଗୁଡ଼ିକରେ ମୋଟ ୧,୬୧୨ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହୋଇଯାଇଛି।
ପର୍ଯ୍ୟାୟ ନିର୍ବାଚନ ପାଇଁ ନିର୍ବାଚନ କମିଶନ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିଲା। ମତଦାନ ପରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ (ଗୁଜରାଟର ଗାନ୍ଧୀନଗର) ଓ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ(କେରଳର ଓ୍ବାୟନାଡ୍‌)ଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ ଏବଂ ହେଭିଓ୍ବେଟ୍‌ଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ମୁଖ୍ୟ ଅମିତ ଶାହ, ବରିଷ୍ଠ ନେତା ଏଲ୍‌.କେ. ଆଡ୍‌ଭାନୀ, କେନ୍ଦ୍ରମନ୍ତ୍ରୀ ଅରୁଣ ଜେଟ୍‌ଲୀ, କଂଗ୍ରେସ ନେତା ଅହମଦ ପଟେଲ ପ୍ରମୁଖ ଗୁଜରାଟର ବିଭିନ୍ନ ପୋଲିଂ ଷ୍ଟେଶନରେ ଭୋଟ ଦେଇଛନ୍ତି। ଗୁଜରାଟର ୨୬ ଆସନରେ ସନ୍ଧ୍ୟା ୫ଟା ସୁଦ୍ଧା ୫୮.୯୬% ମତଦାନ ହୋଇଛି। ସେହିପରି କେରଳରେ ୭୦.୨୮% ମତଦାନ ହୋଇଛି। ଏଠାରେ ରାହୁଲଙ୍କ ବ୍ୟତୀତ ଥିରୁଭାନନ୍ଥପୁରମ୍‌ ଏମ୍‌ପି ଶଶୀ ଥରୁର ଏବଂ କେନ୍ଦ୍ରମନ୍ତ୍ରୀ କେ. ଆଲଫନ୍ସ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି। କର୍ନାଟକରେ ୬୦.୪୨% ମତଦାତା ଭୋଟ ଦେଇଛନ୍ତି। ଉତ୍ତରପ୍ରଦେଶର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଏସ୍‌ପି ପ୍ରତିଷ୍ଠାତା ମୁଲାୟମ୍‌ ସିଂ ଯାଦବ (ମୈନ୍‌ପୁରୀ), ନେତା ଆଜମ୍‌ ଖାନ୍‌ (ରାମପୁର), ମୁଲାୟମ୍‌ଙ୍କ ଭାଇ ଶିବପାଲ ଯାଦବ ଓ ପୁତୁରା ଧର୍ମେନ୍ଦ୍ର ଯାଦବଙ୍କ ସହ ଅକ୍ଷୟ ଯାଦବ। ସେହିପରି ରାମପୁର ଆସନରୁ ଭାଜପା ପ୍ରାର୍ଥୀ ଜୟପ୍ରଦାଙ୍କ ଭାଗ୍ୟ ମଧ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ମହାରାଷ୍ଟ୍ରରେ ୫୭.୦୧%, ଗୋଆରେ ୭୦.୯୦%, ଛତିଶଗଡ଼ରେ ୬୪.୬୮% ମତଦାନ ହୋଇଛି। ସେହିପରି ଓଡ଼ିଶାରେ ୬୧%, ପଶ୍ଚିମବଙ୍ଗରେ ୭୮.୯୭%, ଆସାମରେ ୭୧.୪୭%, ବିହାରରେ ୫୪.୯୧% ଓ ତ୍ରିପୁରାରେ ସର୍ବାଧିକ ୭୭.୨୮% ଭୋଟଗ୍ରହଣ କରାଯାଇଛି। ଲୋକ ସଭାର ୫୪୩ ଆସନ ମଧ୍ୟରୁ ଏପ୍ରିଲ ୧୧ରେ ୯୧ ଓ ୧୮ରେ ୯୫ ଆସନରେ ଭୋଟଗ୍ରହଣ କରାଯାଇଥିଲା। ଅଦ୍ୟାବଧି ମୋଟ ୩୦୨ ଆସନରେ ଭୋଟଗ୍ରହଣ ଶେଷ ହୋଇଛି। ସମସ୍ତ ୭ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ମେ ୨୩ରେ ଭୋଟଗଣତି ହେବ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri