Odisha Elections 2024
Posted inଜାତୀୟ

ତୃତୀୟ ପର୍ଯ୍ୟାୟରେ ୯% ମହିଳା ପ୍ରାର୍ଥୀ

ନୂଆଦିଲ୍ଲୀ, ୩୦।୪: ଆସନ୍ତା ମାସ ୭ରେ ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ୯୫ଟି ଲୋକ ସଭା ଆସନରେ ୧୩୫୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏଥିମଧ୍ୟରୁ ୧୮ ପ୍ରତିଶତ ପ୍ରାର୍ଥୀ ନିଜ ନାଁରେ ଆପରାଧିକ ମାମଲା ଥିବା ନେଇ ନାମାଙ୍କନ ପତ୍ର ଦାଖଲ ସମୟରେ ଦେଇଥିବା ସତ୍ୟପାଠରେ ଦର୍ଶାଇଛନ୍ତି। ସେହିପରି ତୃତୀୟ ପର୍ଯ୍ୟାୟରେ ସମୁଦାୟ ୧୩୫୨ ପ୍ରାର୍ଥୀଙ୍କ ମଧ୍ୟରୁ ୯ ପ୍ରତିଶତ ଅର୍ଥାତ ୧୨୩ ମହିଳା ପ୍ରାର୍ଥୀ ରହିଛନ୍ତି। ଆସୋସିଏଶନ ଅଫ୍‌ ଡେମୋକ୍ରାଟିକ ରିଫର୍ମସ(ଏଡିଆର) ଓ ନ୍ୟାଶ୍‌ନାଲ ଇଲେକ୍ସନ ଓ୍ବାଚ୍‌ ଦ୍ୱାରା ତୃତୀୟ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ବିଶ୍ଳେଷଣରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ତୃତୀୟ ପର୍ଯ୍ୟାୟରେ ୧୮ ପ୍ରତିଶତ ଅର୍ଥାତ ୨୪୪ ପ୍ରାର୍ଥୀଙ୍କ ନାଁରେ ଆପରାଧିକ ମାମଲା ରୁଜୁ ହୋଇଛି। ୨ ମୁଖ୍ୟ ଜାତୀୟ ଦଳ ଭାଜପାର ୨୭ ପ୍ରତିଶତ ଓ କଂଗ୍ରେସର ୩୮ ପ୍ରତିଶତ ପ୍ରାର୍ଥୀଙ୍କ ନାମରେ ଆପରାଧିକ ମାମଲା ରହିଛି। ସେହିପରି ହତ୍ୟା ପରି ସଙ୍ଗିନ ମାମଲା ୨୯ ଜଣ ପ୍ରାର୍ଥୀଙ୍କ ନାଁରେ ରହିଥିବାବେଳେ ମହିଳାଙ୍କ ପ୍ରତି ଅପରାଧ ମାମଲା ୩୮ ଜଣ ପ୍ରାର୍ଥୀଙ୍କ ବିରୋଧରେ ରହିଛି। ଅନ୍ୟପକ୍ଷରେ ତୃତୀୟ ପର୍ଯ୍ୟାୟରେ ୨୯ ପ୍ରତିଶତ ଅର୍ଥାତ ୩୯୨ ଜଣ ପ୍ରାର୍ଥୀ କୋଟିପତି ରହିଛନ୍ତି। ଏହି ପର୍ଯ୍ୟାୟରେ ଭାଜପା ପକ୍ଷରୁ ୯୪ ପ୍ରତିଶତ କୋଟିପତି ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଥିବାବେଳେ କଂଗ୍ରେସ ପକ୍ଷରୁ ୮୮ ପ୍ରତିଶତ କୋଟିପତି ପ୍ରାର୍ଥୀ ରହିଛନ୍ତି। ତୃତୀୟ ପର୍ଯ୍ୟାୟରେ ପ୍ରତି ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୫.୬୬ କୋଟି ରହିଛି। ପ୍ରତି ଭାଜପା ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୪୪.୦୭ କୋଟି ହୋଇଥିବାବେଳେ କଂଗ୍ରେସର ପ୍ରତି ପ୍ରାର୍ଥୀଙ୍କ ହାରାହାରି ସମ୍ପତ୍ତି ୨୦.୫୯ କୋଟି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

୨୦ ଫୁଟ୍‌ ଖାଲକୁ ଖସିଲା ପିକ୍‌ଅପ୍‌:୧୭ ମୃତ

ରାୟପୁର,୨୦।୫: ଛତିଶଗଡର କାୱାର୍ଡା ଜିଲାର କୁକଦୁରରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ ଏକ ପିକଅପ ଗାଡି ୨୦ ଫୁଟ୍‌ ଖାଇକୁ ଓଲଟି ପଡ଼ିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri