Posted inଜାତୀୟ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ

ନୂଆଦିଲ୍ଲୀ,୨୨ା୪: ଆସନ୍ତା ୨୩ ତାରିଖରେ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ରବିବାର ସନ୍ଧ୍ୟାରେ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୧୩ଟି ରାଜ୍ୟ ଓ ୨ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୧୫ ଲୋକ ସଭା ଆସନ ପାଇଁ ମତଦାନ ହେବ। ସେଗୁଡିକ ହେଲା ଆସାମର ୪ଟି ଆସନ, ବିହାରର ୫, ଛତିଶଗଡ଼ର ୭, ଗୁଜରାଟର ୨୬, ଗୋଆର ୨, ଜମ୍ମୁ-କଶ୍ମୀରର ଗୋଟିଏ, କର୍ନାଟକର ୧୪, କେରଳର ୨୦, ମହାରାଷ୍ଟ୍ରର ୧୪, ଓଡିଶାର ୬, ଉତ୍ତରପ୍ରଦେଶର ୧୦, ପଶ୍ଚିମବଙ୍ଗର ୫, ଦାଦ୍ରା ଓ ନଗର ହାଭେଲିର ଗୋଟିଏ ଏବଂ ଡାମନ ଓ ଡିଉର ଗୋଟିଏ ଆସନ। ଏଥିସହିତ ଓଡିଶାର ୪୨ଟି ବିଧାନସଭା ଆସନ ଲାଗି ଭୋଟଗ୍ରହଣ ହେବ। ଏଥିପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏହି ପର୍ଯ୍ୟାୟରେ ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ଭାଜପା ଅଧ୍ୟକ୍ଷ ଅମିତ ଶାହ(ଗାନ୍ଧୀନଗର), କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ(ଓ୍ବାୟନାଡ୍‌), ସମାଜବାଦୀ ପାର୍ଟିର ପୃଷ୍ଠପୋଷକ ମୁଲାୟମ ସିଂ ଯାଦବ (ମୈନପୁରୀ), ମଲ୍ଲିକାର୍ଜୁନ ଖାର୍ଗେ(ଗୁଲ୍‌ବର୍ଗା), ସୁପ୍ରିୟା ସୁଲେ, ସୁଜୟ ଭିଖେ ପାଟିଲ।
ତୃତୀୟ ପର୍ଯ୍ୟାୟରେ ଗୁଜରାଟର ସମସ୍ତ ୨୬ ଆସନରେ ମତଦାନ ହେବାକୁ ଥିବାରୁ ରବିବାର ପ୍ରଚାରର ଶେଷ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଟନରେ ର଼୍ୟାଲି ଏବଂ ଅମିତ ଶାହା ଗାନ୍ଧୀନଗରରେ ରୋଡ୍‌ ଶୋ କରିଥିଲେ। ୪ଟି ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ମଧ୍ୟ ପ୍ରଚାର ରବିବାର ଶେଷ ହୋଇଛି। ଛତିଶଗଡର ୭ ଆସନ ପାଇଁ ୧୨୩ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତାରେ ଅବତୀର୍ଣ୍ଣ ହୋଇଛନ୍ତି। ମଙ୍ଗଳବାର ମହାରାଷ୍ଟ୍ରର ୧୪ ଆସନରେ ୨୪୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ଏହି ପର୍ଯ୍ୟାୟରେ ଗୋଆର ୨ ଲୋକ ସଭା ଆସନରେ ନିର୍ବାଚନ ସାଙ୍ଗକୁ ତିନୋଟି ବିଧାନସଭା ଆସନରେ ଉପନିର୍ବାଚନ ହେବ। ଦୁଇ ଲୋକ ସଭା ଆସନରେ ୧୨ ପ୍ରାର୍ଥୀ ଏବଂ ୩ ବିଧାନସଭା ଆସନ ଲାଗି ୧୮ ପ୍ରାର୍ଥୀ ନିର୍ବାଚନ ଲଢ଼ୁଛନ୍ତି। ପଶ୍ଚିମବଙ୍ଗର ୫ ଆସନରେ ଟିଏମ୍‌ସି, ଭାଜପା, କଂଗ୍ରେସ ଏବଂ ବାମଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri