ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚିଲା : ୨ରେ ରଥକାଠ ଚିରଟ ଅନୁକୂଳ

ପୁରୀ ଅଫିସ,୩୧ା୩: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ସୋମବାର ପୁରୀରେ ତୃତୀୟ ପର୍ଯ୍ୟାୟ ରଥକାଠ ପହଞ୍ଚତ୍ଛି। ନୟାଗଡ଼ ଜିଲା ଦଶପଲ୍ଲା ବନାଞ୍ଚଳରୁ ୨୧ ଖଣ୍ଡ କାଠ ଆସିଛି। ଏଥିରେ ୨୦ ଫୁଟିଆ ଅସନ ୯ ଖଣ୍ଡ, ୧୨ ଫୁଟିଆ ଅସନ ୬ ଖଣ୍ଡ, ୨୦ ଫୁଟିଆ ଧଉରା ୬ ଖଣ୍ଡ ରହିଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି।
ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ଲାଗି ୮୬୫ ଖଣ୍ଡ କାଠ ଆବଶ୍ୟକ ହୋଇଥାଏ। ଗତବର୍ଷ ଆସିଥିବା କାଠ ମଧ୍ୟରୁ ୧୯୩ ଖଣ୍ଡ ବଳକା ରହିଛି। ଏଥର ୬୭୨ ଖଣ୍ଡ କାଠ ଆସିବ। ଏଥିମଧ୍ୟରୁ ୨୬୬ ଖଣ୍ଡ କାଠ କଟକ ଖପୁରିଆସ୍ଥିତ ସ’ ମିଲ୍‌କୁ ଏବଂ ୪୦୬ ଖଣ୍ଡ କାଠ ରଥଖଳାକୁ ଆସିବ। ବର୍ତ୍ତମାନ ସୁଦ୍ଧା ୧୨୫ ଖଣ୍ଡ କାଠ ପହଞ୍ଚତ୍ଛି। ଆସନ୍ତା ୨ତାରିଖ ରାମନବମୀରେ ମୁଖ୍ୟ ତତ୍ତ୍ବାବଧାରକ ମେକାପଙ୍କ ସମେତ ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଓ ଜେଟିପି ରାମଚନ୍ଦ୍ର ମହାରଣା ଧୂପ, ଦୀପ, ମାଳ, ମାହାର୍ଦ୍ଦ ନଡ଼ିଆ ଆଦି ନେଇ କଟକ ଖପୁରିଆ ସ’ ମିଲକୁ ଯିବେ। ସେଠାରେ ପୂଜାର୍ଚ୍ଚନା ପରେ ରଥକାଠ ଚିରଟ ଅନୁକୂଳ ହେବ। ଏହାପରେ ଆସନ୍ତା ମାସ ୨୬ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ରଥ ନିର୍ମାଣ ଅନୁକୂଳ କରାଯିବ। ତେବେ ଏଥର ମହାମାରୀ କରୋନା ନେଇ ରଥଯାତ୍ରା ସଂକ୍ରାନ୍ତରେ ବିଭିନ୍ନ ପ୍ରକାର ଆଲୋଚନା ଚାଲିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri