ତୃତୀୟ ସନ୍ତାନର ପିତା ହେଲେ ଓ୍ବାର୍ନର

ଲଣ୍ଡନ, ୨।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ ମଝିରେ ବିସ୍ଫୋରକ ଅଷ୍ଟ୍ରେଲୀୟ ଓପନିଂ ବ୍ୟାଟ୍ସମ୍ୟାନ ଡେଭିଡ୍‌ ଓ୍ବାର୍ନରଙ୍କ ପାଇଁ ଖୁସି ଖବର ଆସିଛି। ସେ ତୃତୀୟ ସନ୍ତାନର ପିତା ହୋଇଛନ୍ତି। ଓ୍ବାର୍ନରଙ୍କ ସ୍ତ୍ରୀ କ୍ୟାଣ୍ଡିସ ରବିବାର ରାତିରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଏହି ନବଜାତ କନ୍ୟାର ନାମ ଇଲା ରୋଜ୍‌ ରଖଯାଇଛି। ତେବେ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରି ସାରିଥିବାରୁ ଓ୍ବାର୍ନର ସ୍ବଦେଶ ପ୍ରତ୍ୟାବର୍ତ୍ତନ ନ କରି ଇଂଲଣ୍ଡରେ ରହିବାକୁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଅନ୍ତିମ ଲିଗ୍‌ ମ୍ୟାଚ୍‌ ପୂର୍ବରୁ କ୍ୟାଣ୍ଡିସ ଅଷ୍ଟ୍ରେଲିଆ ଦଳ ସହ ଯୋଗଦେବେ ବୋଲି ଜଣାପଡ଼ିଛି।
ବର୍ତ୍ତମାନ ସୁଦ୍ଧା ୮ ମ୍ୟାଚ୍‌ରୁ ୫୧୬ ରନ୍‌ ସଂଗ୍ରହକରି ସର୍ବୋଚ୍ଚ ସ୍କୋରର ରହିଥିବା ଓ୍ବାର୍ନର ସୋସିଆଲ ମିଡିଆରେ ପ୍ରଥମେ ଏହି ଖୁସି ଖବର ପ୍ରକାଶ କରିଥିଲେ। ‘ଆମେ ଆମ ପରିବାରର ନୂତନ ସଦସ୍ୟ ଇଲା ରୋଜ୍‌ଙ୍କୁ ରବିବାର ବିଳମ୍ବିତ ରାତିରେ ସ୍ବାଗତ କରିଛୁ। କ୍ୟାଣ୍ଡିସ ଓ୍ବାର୍ନର ବହୁତ ଭଲ। ଉଭୟ ମା ଓ ଝିଅ ସମ୍ପୂଣ୍ଣ ସୁସ୍ଥ ଥିବା ସହ ଇଲାଙ୍କ ବଡ଼ ଭଉଣୀ ଖୁସି ରହିଛନ୍ତି’ ବୋଲି ଓ୍ବାର୍ନର ତାଙ୍କ ଇନ୍‌ଷ୍ଟାଗ୍ରାମରେ ପୋଷ୍ଟ କରି ଏହା ଉଲ୍ଲେଖ କରିଛନ୍ତି। ସେହିଭଳି ଓ୍ବାର୍ନର ଆହୁରି ମଧ୍ୟ କହିଛନ୍ତି, ‘ମୁଁ ବାପା ହୋଇ ବହୁତ ଖୁସି। ମୋ ପାଖରେ ଏକ ସାହାଯ୍ୟକାରୀ ସ୍ତ୍ରୀ ଏକ ସୁନ୍ଦର ପରିବାର ରହିଛି। ଏଠାରେ ମଧ୍ୟ ମୋ ସାଥୀ ଖେଳାଳି ଖୁସି ରହିଛନ୍ତି। ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ସମୟରେ ସେମାନେ ସମନ୍ତେ ମୋ ପାଖରେ ଠିଆ ହୋଇଛନ୍ତି’। ଇଲାଙ୍କ ଜନ୍ମ ଫଳରେ ଓ୍ବାର୍ନର ବର୍ତ୍ତମାନ ୩ ସନ୍ତାନର ପିତା ହୋଇଛନ୍ତି। ପୂର୍ବରୁ ତାଙ୍କର ଇଭି-ମାଇ (୫ ବର୍ଷ) ଓ ଇଣ୍ଡି-ରାଇ (୩ ବର୍ଷ) ନାମରେ ୨ କନ୍ୟା ସନ୍ତାନ ରହିଛି। ଉଲ୍ଲେଖଯୋଗ୍ୟ, ବହୁଚର୍ଚ୍ଚିତ ବଲ୍‌ ଟ୍ୟାମ୍ପରିଂ ମାମଲାରେ ଓ୍ବାର୍ନର ଗତବର୍ଷ ୧୨ ମାସ ଲାଗି ବାସନ୍ଦ ହୋଇଥିବାବେଳେ କ୍ୟାଣ୍ଡିସଙ୍କର ୨ଥର ଗର୍ଭପାତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Women’s T20 World Cup 2026 Prize Money: ବିଜୟୀ ଟିମ ଉପରେ ହେବ କୋଟି କୋଟି ଟଙ୍କା ବର୍ଷା, ଉପ ବିଜେତାବି ହେବେ ମାଲାମାଲ

ନୂଆଦିଲ୍ଲୀ,୩୦।୬: ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବାର ବହୁ ପୂର୍ବରୁ ICC ମହିଳା T20 ବିଶ୍ୱକପ 2026 ପାଇଁ ପୁରସ୍କାର ରାଶି ଘୋଷଣା କରିଥିଲା। ଏହି ସଂସ୍କରଣ ପାଇଁ ମୋଟ…

ବୈଭବ ସୂର୍ଯ୍ୟବଂଶୀ ଇନ୍‌, ସଞ୍ଜୁ ସାମସନ ଆଉଟ? ଇଂଲଣ୍ଡ ବିପକ୍ଷ ପ୍ରଥମ ଟି-୨୦ ପାଇଁ ଭାରତର ସମ୍ଭାବ୍ୟ ପ୍ଲେଇଂ ଇଲେଭେନ

ନୂଆଦିଲ୍ଲୀ,୩୦।୬: ବେଲଫାଷ୍ଟରେ ଆୟରଲ୍ୟାଣ୍ଡ ବିପକ୍ଷରେ ଟି-୨୦ ସିରିଜରେ ଏକ ଆଶ୍ଚର୍ଯ୍ୟଜନକ ପରାଜୟ ପରେ, ଭାରତୀୟ ଦଳ ଏବେ ଇଂଲଣ୍ଡର ମୁକାବିଲା ପାଇଁ ପ୍ରସ୍ତୁତ। ଦୁଇ ଦଳ ମଧ୍ୟରେ…

ବିଶ୍ୱକପ୍‌ ନକ୍‌ଆଉଟ୍‌ରେ କାନାଡାର ପ୍ରଥମ ବିଜୟ

ଇଙ୍ଗଲେଉଡ,୨୯ା୬: ଷ୍ଟିଫେନ ୟୁଷ୍ଟାକିଓଙ୍କ ଗୋଲ ବଳରେ ଇଙ୍ଗଲେଉଡରେ ଖେଳାଯାଇଥିବା ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ କାନାଡା ୧-୦ ଗୋଲରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଫିଫା ବିଶ୍ୱକପ୍‌ ଇତିହାସରେ…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ହଠାତ୍‌ ଭାବପ୍ରବଣ ହେଲେ ସୂର୍ଯ୍ୟକୁମାର: ଲେଖୁ ଲେଖୁ ଲେଖିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୯।୬: ଭାରତୀୟ ଦଳ ନିକଟରେ ଆୟର୍ଲାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ହାରିଛି। ନୂତନ ଟି-୨୦ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଏହା କୌଣସି…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri