ତୃପ୍ତି ହୋଟେଲ ମାଲିକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିବା ଘଟଣା : ପ୍ରତିବାଦରେ ଟାୟାର ଜାଳି ରାସ୍ତା ଅବରୋଧ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରସୁଲଗୁଡ଼ସ୍ଥିତ ତୃପ୍ତି ହୋଟେଲ ମାଲିକ ବୁଲୁ ସାମନ୍ତରାୟଙ୍କୁ ମଙ୍ଗଳବାର ରାତିରେ ଆକ୍ରମଣ କରି ସୁନାଚେନ୍‌, ବ୍ରେସଲେଟ୍‌ ଓ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ। ଏହାର ପ୍ରତିବାଦ ସହ ଅଭିଯୁକ୍ତଙ୍କ ଗିରଫ ଦାବିରେ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ବାସିନ୍ଦା ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଭୁବନେଶ୍ୱର-କଟକ, ଭୁବନେଶ୍ୱର ପୁରୀ ମଧ୍ୟରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଉଭୟପଟୁ ଆସୁଥିବା ଶତାଧିକ ଗାଡ଼ିମୋଟର ଦୀର୍ଘ ସମୟ ଧରି ଅଟକି ରହିଛି।

ସୂଚନାଯୋଗ୍ୟ, ତୃପ୍ତି ହୋଟେଲ ମାଲିକ ବୁଲୁ ରାତି ପ୍ରାୟ ସାଢ଼େ ୧୨ଟାରେ ହୋଟେଲ ବନ୍ଦ କରି ପାଲାମଣ୍ଡପ ନିକଟସ୍ଥ ଘରକୁ ଫେରୁଥିଲେ। ଘରଠାରୁ ଅଳ୍ପ ଦୂରରେ ଏକ ପଲସର ବାଇକରେ ୩ ଜଣ ଦୁର୍ବୃତ୍ତ ମୁହଁରେ କଳାକପଡ଼ା ବାନ୍ଧି ଆଙ୍କ ଆଗରେ ଅଟକି ଥିଲେ। ସେମାନଙ୍କ ମଧ୍ୟରୁ ଜଣେ ବନ୍ଧୁକ ବାହାର କରି ବୁଲୁଙ୍କୁ ଦେଖାଇଥିଲେ। ଏହି ସମୟରେ ବୁଲୁ ବାଇକ୍‌ ଛାଡ଼ି ଦୌଡ଼ିବାରୁ ମାରଣାସ୍ତ୍ରରେ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏଥିରେ ତାଙ୍କ ବେକ, ହାତ, ପେଟ ଓ ଜଙ୍ଘରେ ଗଭୀର ଆଘାତ ଲାଗିଛି। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri