ତେଜିଲା ମଦବିରୋଧୀ ଆନ୍ଦୋଳନ: ମଦ ଦୋକାନ ସ୍ଥାନାନ୍ତର ଦାବି

ଢେଙ୍କାନାଳ ଅଫିସ, ୧୩ା୯-ଢେଙ୍କାନାଳ ସଦର ବ୍ଲକ ପାଇକଦହିକୋର ଗ୍ରାମବାସୀ ନିଶା ବିରୋଧୀ ଆନ୍ଦୋଳନକୁ ତୀବ୍ର କରିଛନ୍ତି। ଗୁରୁବାର ଶତାଧିକ ମହିଳାପୁରୁଷ ଏକାଠି ହୋଇ ଗ୍ରାମ ନିକଟରେ ଥିବା ଦେଶୀ ମଦ ଦୋକାନ ବନ୍ଦ କରିଥିଲେ।
ଲୋକଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମ ପାଖରେ ମଦ ଦୋକାନ ଏବଂ ଭାଟି ଥିବାରୁ ପଦ୍ୟପଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। କେତେଜଣ ନିଶାଖୋର ବ୍ୟକ୍ତି ଗ୍ରାମରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି। ସେମାନେ ମଦପିଇ ଦ୍ରୁତ ଗତିରେ ଗାଡ଼ିଚାଳନା କରିବା ସହ ଝିଅବୋହୂଙ୍କୁ ଅଶ୍ଳୀଳ ଆଚରଣ ପ୍ରଦର୍ଶନ କରୁଛନ୍ତି। ସେମାନଙ୍କ ବ୍ୟବହାର ଦିନକୁ ଦିନ ଅସହ୍ୟ ହେଉଛି। ମଦ୍ୟପମାନେ ବିଭିନ୍ନ ସ୍ଥାନରେ ମଦ ବୋତଲ ଭାଙ୍ଗି ପକାଉଥିବାରୁ ଯାତାୟାତରେ ସମସ୍ୟା ହେଉଛି। ତୁରନ୍ତ ଉକ୍ତ ମଦ ଦୋକାନକୁ ଅନ୍ୟତ୍ର ସ୍ଥାନାନ୍ତର କରା ନ ଗଲେ ଆନ୍ଦୋଳନକୁ ଆହୁରି ଜୋର୍‌ଦାର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ସୂଚନା ପାଇ ଗୋବିନ୍ଦପୁର ଫାଣ୍ଡି ଅଧିକାରୀ ସବିତା ପାତ୍ର, ସରପଞ୍ଚ ସୁଶାନ୍ତ କୁମାର ଜେନା ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଦାବି ପୂରଣ ପାଇଁ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବାପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri