ତେଲଗୁ ନିର୍ଦ୍ଦେଶିକା ବିଜୟା ନିର୍ମଳାଙ୍କ ପରଲୋକ

ହାଇଦ୍ରାବାଦ,୨୭।୬: ତେଲଗୁ ଚଳଚ୍ଚିତ୍ର ନିର୍ଦ୍ଦେଶିକା ବିଜୟା ନିର୍ମଳାଙ୍କର ବୁଧବାର ମଧ୍ୟରାତ୍ରରେ ହାଇଦ୍ରାବାଦର ଗାଚିବାଓଲିଠାରେ ଥିବା କଣ୍ଟିନେଣ୍ଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଛି। ୭୩ ବର୍ଷ ବୟସରେ ତାଙ୍କର ସାଧାରଣ ମୃତ୍ୟୁ ହୋଇଥିବା ପ୍ରକାଶ। ଅଭିନେତା ମହେଶ ବାବୁଙ୍କର ସେ ସାବତ ମା’। ପାଖାପାଖି ୪୪ଟି ଫିଲ୍ମରେ ସେ ନିର୍ଦ୍ଦେଶନା ଦେଇଛନ୍ତି। ମହିଳା ନିର୍ଦ୍ଦେଶିକା ଭାବେ ସବୁଠାରୁ ଅଧିକ ଫିଲ୍ମର ନିର୍ଦ୍ଦେଶନା ଭାର ସମ୍ଭାଳି ଗିଜି ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଛନ୍ତି।

Share