ତେଲଙ୍ଗାନାରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ଖପ୍ରାଖୋଲ, ୩୧ା୫(ଡି.ଏନ.ଏ.)-ତେଲଙ୍ଗାନା ରାଜ୍ୟକୁ ଦାଦନ ଶ୍ରମିକଭାବେ କାମ କରିବାକୁ ଯାଇ ଜୀବନ ହରାଇଛନ୍ତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଭରୁଆମୁଣ୍ଡା ଗାଁର ବାଲେଶ୍ୱର ମାଝୀ(୨୦)। ରବିବାର ତାଙ୍କ ମୃତଦେହ ଏଠାକୁ ଆସିବା ପରେ ଶୋକର ଛାୟା ଖେଳିଯାଇଛି। ଘରେ ବିଧବା ମା’ ନିଜ ରୋଜଗାରିଆ ପୁଅକୁ ହରାଇ ଭାଙ୍ଗି ପଡିଥିବା ବେଳେ ୧୦ବର୍ଷର ସାନଭାଇ ଯେମିତି ନିର୍ବାକ ହୋଇଯାଇଛନ୍ତି। ଗତ ସେପ୍ଟେମ୍ବର ମାସରେ ତେଲଙ୍ଗାନା ରାଜ୍ୟ କାମାରେଡ୍ଡୀ ଜିଲାର ଏକ ଇଟାଭାଟିକୁ କାମ କରିବାକୁ ଯାଇଥିଲେ ବାଲେଶ୍ୱର। ଗତ ଶୁକ୍ରବାର ସେଠାରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା ା ଇଟାଭାଟି ମାଲିକ ଏକ ଗାଡି ଯୋଗେ ମୃତଦେହକୁ ଏଠାକୁ ପଠାଇ ଦେଇଥିଲେ। ଏ ନେଇ ଖପ୍ରାଖୋଲ ବିଡିଓ ତରଣୀ ସୁନାଙ୍କୁ ପଚାରିବାରୁ ମୃତକଙ୍କ ପରିବାରକୁ ସରକାରୀ ନିୟମ ଅନୁସାରେ ସହାୟତା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri