ତେଲଙ୍ଗାନାରେ ଫସିଥିବା ୩୩ ଶ୍ରମିକ ଘରକୁ ଫେରିଲେ

ବରଗଡ଼ ଅଫିସ, ୨୯।୨: ତେଲଙ୍ଗାନା ରାଜ୍ୟର ଏକ ଇଟାଭାଟିରେ ଦୀର୍ଘଦିନ ଧରି ବନ୍ଧା ପଡ଼ିଥିବା ଶ୍ରମିକମାନେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଯୋଗୀନ୍ଦ୍ରପୁର ଏବଂ ଝିଟକି ପଞ୍ଚାୟତର ପଥରେଲ ଗ୍ରାମରେ ଥିବା ନିଜ ଘରକୁ ଫେରିଛନ୍ତି। ଖୁସିରେ ସେମାନେ ଆତ୍ମହରା ହୋଇ ପଡ଼ିଥିବା ବେଳେ ଉଦ୍ଧାରରେ ସହଯୋଗ କରିଥିବା ସ୍ଥାନୀୟ ସାମାଜିକ କର୍ମୀ ଦିବସ କୁମାର ସାହୁଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅନ୍ୟପଟେ ଆଉ ୨ ଶ୍ରମିକ ପଥରେଲ ଗ୍ରାମର କୁଳମଣି ବରିହା ଏବଂ ନୂଆପଡ଼ାର ଜଳନ୍ଧର ମାଝୀ ତେଲଙ୍ଗାନାରେ ବନ୍ଧା ପଡ଼ିଥିବା ଯୋଗୁ ସେମାନଙ୍କୁ ଉଦ୍ଧାର ପାଇଁ ମୁକ୍ତ ଶ୍ରମିକମାନେ ସାମାଜିକ କର୍ମୀ ସାହୁଙ୍କୁ ଗୁହାରି କରିଛନ୍ତି।
ଉଲ୍ଲେଖଯୋଗ୍ୟ, ଜଣେ ଦାଦନ ଦଲାଲଙ୍କ ପ୍ରରୋଚନାରେ ଗତବର୍ଷ ଜୁଲାଇରୁ ୧୧ଜଣ (ପରିବାର ସହ ସମୁଦାୟ ୩୫ଜଣ) ତେଲଙ୍ଗାନା ରାଜ୍ୟର ଏକ ଇଟାଭାଟିକୁ କାମ କରିବାକୁ ଯାଇଥିଲେ। ତେବେ ସମ୍ପୃକ୍ତ ଇଟାଭାଟି ମାଲିକ ସେମାନଙ୍କୁ ପାରିଶ୍ରମିକ ବଦଳରେ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗତ ୧୬ ତାରିଖରେ ନିର୍ଯାତିତ ଜଣେ ଶ୍ରମିକ ସାମାଜିକ କର୍ମୀ ସାହୁଙ୍କୁ ଫୋନ କରି ଜଣାଇବା ସହ ମୋବାଇଲରେ ଏକ ଭିଡିଓ ମଧ୍ୟ ପଠାଇଥିଲେ। ଏଥିସହ ସେମାନଙ୍କୁ ଉଦ୍ଧାର କରିବା ପାଇଁ ନିବେଦନ କରିଥିଲେ। ଏହାପରେ ସାହୁ ଉଭୟ ଓଡ଼ିଶା ଏବଂ ତେଲଙ୍ଗାନା ରାଜ୍ୟ ସରକାର ତଥା ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ଟ୍ବିଟ୍‌ ଓ ଫୋନ୍‌ କରି ସେମାନଙ୍କ ଉଦ୍ଧାର ଦିଗରେ ବିହିତ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ଇତିମଧ୍ୟରେ ୩୫ ଜଣଙ୍କ ମଧ୍ୟରୁ ୩୩ଜଣ ଇଟାଭାଟି ମାଲିକଙ୍କ କବଳରୁ ମୁକୁଳି ଘରକୁ ଫେରିଛନ୍ତି। ଅନ୍ୟ ୨ଜଣଙ୍କୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଥିବା ସାମାଜିକ କର୍ମୀ ସାହୁ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri