Posted inଜାତୀୟ

ତେଲଙ୍ଗାନା ଏନ୍‌କାଉଣ୍ଟର: ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୩।୧୨(ପି.ଟି.):ତେଲଙ୍ଗାନାର ମହିଳା ପ୍ରାଣୀ ଚିକିତ୍ସକ ଗଣବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ କେଉଁ ପରିସ୍ଥିତିରେ ଏନ୍‌କାଉଣ୍ଟର କରିବାକୁ ପୋଲିସ ବାଧ୍ୟ ହେଲା, ତାହାର ବିଚାର ବିଭାଗୀୟ ତଦନ୍ତ ଲାଗି ଗୁରୁବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ସର୍ବୋଚ୍ଚ ଅଦାଲତର ପୂର୍ବତନ ବିଚାରପତି ଭି.ଏସ୍‌. ସିରପୁର୍‌କରଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ତଦନ୍ତ କମିଶନ ଗଠନ କରାଯାଇଛି। ଏଥିରେ ବମ୍ବେ ହାଇକୋର୍ଟର ପୂର୍ବତନ ବିଚାରପତି ରେଖା ସୋନ୍ଦୁର ବାଲଡୋଟା ଏବଂ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଡି.ଆର୍‌. କାର୍ତ୍ତିକେୟନ ସଦସ୍ୟ ରହିଛନ୍ତି। ୬ ମାସ ମଧ୍ୟରେ ସୁପ୍ରିମକୋର୍ଟରେ ତଦନ୍ତ ରିପୋର୍ଟ ଦାଖଲ କରିବା ଲାଗି କମିଶନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍‌ ଏସ୍‌.ଏ. ନାଜିର ଏବଂ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାରେ ତେଲଙ୍ଗାନା ହାଇକୋର୍ଟଙ୍କ ଶୁଣାଣି ଓ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)ର ତଦନ୍ତ ଉପରେ ସ୍ଥଗିତାଦେଶ ଜାରି କରିଛନ୍ତି। ମାମଲାର ଏସ୍‌ଆଇଟି ରିପୋର୍ଟ ଅଦାଲତ ମାଗିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ କମିଶନଙ୍କ ବିଚାରାଧୀନ ଥିବା ଉକ୍ତ ମାମଲା ଉପରେ ଅନ୍ୟ କୌଣସି କର୍ତ୍ତୃପକ୍ଷ ତଦନ୍ତ କରିପାରିବେ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ତିନିଜଣିଆ ବିଚାର ବିଭାଗୀୟ କମିଶନଙ୍କୁ ସିଆର୍‌ପିଏଫ୍‌ ସୁରକ୍ଷା ଯୋଗାଇ ଦେବାକୁ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।
ଗତ ମାସ ୨୮ରେ ତେଲଙ୍ଗାନାର ୨୬ ବର୍ଷୀୟା ପ୍ରାଣୀ ଚିକିତ୍ସକଙ୍କ ଦଗ୍ଧ ମୃତଦେହ ମିଳିବା ପରେ ତାଙ୍କୁ ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଜଣାପଡିଥିଲା। ଏହି ଘଟଣାରେ ପୋଲିସ ୪ ଜଣଙ୍କୁ ଅଭିଯୁକ୍ତ ଦର୍ଶାଇ ଗିରଫ କରିଥିଲା। ଏହି ଘଟଣାକୁ ନେଇ ତେଲଙ୍ଗାନା ସମେତ ସାରା ଦେଶରେ ଉତ୍ତେଜନା ପ୍ରକାଶ ପାଇବା ସହ ଅପରାଧୀଙ୍କୁ ମୃତ୍ୟୁଦଣ୍ଡ ଦେବା ପାଇଁ ଦାବି ହୋଇଥିଲା। ଗତ ୬ ତାରିଖ ଭୋର ସମୟରେ ଅଭିଯୁକ୍ତମାନଙ୍କୁ ପୋଲିସ ଏନ୍‌କାଉଣ୍ଟରରେ ହତ୍ୟା କରିଥିଲା। ଏଭଳି ଏନ୍‌କାଉଣ୍ଟରକୁ ନେଇ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବାବେଳେ ଏହା ବିରୋଧରେ ସୁପ୍ରିମକୋର୍ଟରେ ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri