ତେଲିସାହି ପଡ଼ିଆ ଫାଙ୍କା ଗୁଳିଚାଳନା ଘଟଣା: ଚାଲିଛି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ଯାଞ୍ଚ

ପୁରୀ ଅଫିସ, ୧ା୧୦: ଟାଉନ ଥାନା ଅଧୀନ ତେଲିସାହି ପଡ଼ିିଆରେ ଗତ ଅଗଷ୍ଟ ମାସରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଫାଙ୍କା ଗୁଳି ଚାଳନା ଘଟଣାର ଗୋଟିଏ ପରେ ଗୋଟିଏ ଭିଡିଓ ଭାଇରାଲ ହେବାରେ ଲାଗିଛି। ପ୍ରଥମେ ପୋଲିସ ଏହାକୁ ଚତୁରତାର ସହିତ ଏଡ଼ାଇ ଯାଇଥିଲା। ମାତ୍ର ପରେ ଗତ ରବିବାର ଏହି ଘଟଣାରେ ମଦ ବ୍ୟବସାୟୀ, ହୋଟେଲ ମାଲିକ ତଥା ବିଜେଡି ନେତା ନାରାୟଣ ସାହୁ ଓରଫ ନାରୁଆଙ୍କ ସମେତ ତାଙ୍କର ୩ଜଣ ଅଙ୍ଗରକ୍ଷୀ ବବୁଲ କୁମାର, ବରୁଣ କୁମାର ଏବଂ ଦେବେନ୍ଦ୍ର କୁମାରଙ୍କୁ ଗିରଫ କରିଥିଲା। ଏବେ ପୁଣି ଦୁଇଟି ଭିଡିଓ ଭାଇରାଲ ହୋଇଛି। ଏଥିରେ ଗୁଳି ଫୁଟାଉଥିବା ଯୁବକ ଦ୍ୱୟ ନାରୁଆଙ୍କ ସମ୍ପର୍କୀୟ ବୋଲି ଜଣାପଡ଼ିଛି। ସୋମବାର ରାତିରେ ପୋଲିସ ନାରୁଆଙ୍କ ହୋଟେଲରେ ଚଢାଉ କରିଥିଲା। ଏହି ସମୟରେ ନାରୁଆଙ୍କ ପୁଅ ଖସିଯାଇଥିବା ଚର୍ଚ୍ଚା ଚାଲିଛି। ତେବେ ୨ଟି ବନ୍ଧୁକ ଜବତ କରିବା ସହ ୨ଜଣଙ୍କୁ ଧରି ଥାନାକୁ ଆଣି ଅଟକ ରଖି ଅଜ୍ଞାତ ସ୍ଥାନରେ ଜେରା କରୁଛି ପୋଲିସ। ସେହିପରି ନାରୁଆଙ୍କ ଅପରାଧ ପୃଷ୍ଠଭୂମି ସମ୍ପର୍କରେ ମଧ୍ୟ ଯାଞ୍ଚ ଚାଲିଥିବା ସୂଚନା ମିଳିଛି। ମଙ୍ଗଳବାର ଏ ନେଇ ଏସ୍‌ପି ଉମାଶଙ୍କର ଦାଶ କହିଛନ୍ତି, ପୁଣି ଦୁଇଟି ଭିଡ଼ିଓ ଭାଇରାଲ ହୋଇଥିବା ସୋସିଆଲ ମିଡିଆରୁ ଜଣାପଡ଼ିଛି। ଏ ସଂକ୍ରାନ୍ତରେ ତଦନ୍ତ କରାଯାଉଛି। ଅଭିଯୁକ୍ତ ଚିହ୍ନଟ ହୋଇଛନ୍ତି ଓ ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri