ତେଲେଙ୍ଗାନାରେ ଫସିଛନ୍ତି ୩ ଓଡ଼ିଆ ଶ୍ରମିକ

ବନ୍ତ,୨୮ା୩(ଡି.ଏନ୍‌.ଏ.)-କରୋନା ପାଇଁ ସମଗ୍ର ଦେଶ ଲକ୍‌ ଡାଉନ୍‌ ହୋଇଥିବା ବେଳେ ବିମାନ, ରେଳ ଓ ବସ ସେବା ବନ୍ଦ ରହିଛି ା ଫଳରେ ଦେଶ ଓ ରାଜ୍ୟ ବାହାରେ ଥିବା ଲୋକେ ଘରକୁ ଫେରିବାରେ ସମସ୍ୟା ଦେଖାଯାଇଛି ା ଏପରିପ୍ରେକ୍ଷୀରେ ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ୩ ଜଣ ଶ୍ରମିକ କାମ କରିବାକୁ ଯାଇ ତେଲେଙ୍ଗାନା ରାଜ୍ୟରେ ଫସି ରହିଛନ୍ତି। ଗତ ଫେବୃୟାରୀ ୨୦ରେ ସେମାନେ ତେଲେଙ୍ଗାନା ରାଜ୍ୟ ରଙ୍ଗାରେଡି ଜିଲା ନନ୍ଦିଗାମାସ୍ଥିତ ହାର୍ଭିସ୍‌ ଏଗ୍ରିଜେନିକ୍‌ ପ୍ରାଇଭେଟ୍‌ ଲିଃ. କୋଲ୍ଡ ଷ୍ଟୋରେଜ୍‌ ପାଇପ ଲାଇନ୍‌ କାମ କରିବାକୁ ଯାଇଥିଲେ। ମାର୍ଚ୍ଚ ୨୦ରେ କାମ ସରିଯାଇଥିବା ବେଳେ ଲକ୍‌ ଡାଉନ୍‌ ପାଇଁ ସେମାନେ ଘରକୁ ଆସିପାରୁ ନାହାନ୍ତି ା ଏକ ସପ୍ତାହ ହେବ ସେମାନେ ବସି ଖାଉଥିବାରୁ ପାଖରେ ଆଉ ଅର୍ଥ ନଥିବା କହିଛନ୍ତି। ସେଠାରୁ ନିଜ ଘରକୁ ଆସିବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀ, ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ, ଆଇଜି, ବାଲେଶ୍ୱର, ଜିଲାପାଳ ଭଦ୍ରକଙ୍କୁ ଟୁଇଟ୍‌ର ମାଧ୍ୟମରେ ଜଣାଇଛନ୍ତି। ରାଜ୍ୟ ସରକାର ତଥା ଜିଲା ପ୍ରଶାସନ ସଂପୃକ୍ତ ଶ୍ରମିକ ମାନଙ୍କୁ ଘରକୁ ଆଣିବାର ବ୍ୟବସ୍ଥା କରାଇବାକୁ ସେମାନେ ନିବେଦନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri