ତେଲେଙ୍ଗାନା ଇଟାଭାଟିରୁ ୧୬ ଶ୍ରମିକଙ୍କ ସମେତ ୫ ଶିଶୁ ଉଦ୍ଧାର

ଭୁବନେଶ୍ୱର,୧୬।୨(ବ୍ୟୁରୋ): ଓଡ଼ିଶା ମୋ’ ପରିବାର ହସ୍ତକ୍ଷେପ ପରେ ତେଲେଙ୍ଗାନା ଇଟାଭାଟିରେ କାମ କରୁଥିବା ବଲାଙ୍ଗୀର ଜିଲାର ୧୬ ଜଣ ଶ୍ରମିକ ଓ ସେମାନଙ୍କ ୫ଶିଶୁଙ୍କୁ ଉଦ୍ଧାର କରାଯାଇଛି। ବଲାଙ୍ଗୀର, ସୋନପୁର ଜିଲାର ଏହି ଶ୍ରମିକମାନେ ତେଲେଙ୍ଗାନାର ପେଡ଼ାପଲ୍ଲୀ ଜିଲା ବେଗମ୍‌ପେଟ ଗାଁରେ ଥିବା କାଟେ ପ୍ରଭାକର ନାମକ ଜଣେ ବ୍ୟକ୍ତିଙ୍କ ଇଟାଭାଟିରେ କାମ କରୁଥିଲେ। ଏଠାରେ ଶ୍ରମିକମାନଙ୍କୁ ନିର୍ଯାତନା ଦିଆଯିବା ସହ ଦୁଇମାସ ହେଲା ପାଉଣା ମିଳୁ ନ ଥିଲା। ଏପରିକି କୁନିକୁନି ପିଲାମାନଙ୍କୁ ବଳପୂର୍ବକ କାମରେ ଲଗାଇ ଦିଆଯାଉଥିଲା। ଏଭଳି ଘଟଣା ହେଲ୍ପଲାଇନ୍‌ ମାଧ୍ୟମରେ ଓଡ଼ିଶା ମୋ’ ପରିବାରର ସଂଯୋଜକ ଅରୂପ ପଟ୍ଟନାୟକଙ୍କ ଦୃଷ୍ଟିକୁ ଆସିବା ପରେ ଏ ସଂକ୍ରାନ୍ତରେ ସେ ଆନ୍ଧ୍ରର ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ଏସ୍‌ଏ ହୁଡ୍ଡାଙ୍କ ସହ ଯୋଗାଯୋଗ କରିଥିଲେ। ଏଥିସହିତ ଖୋର୍ଦ୍ଧା ଜିଲାପାଳ ଏବଂ ଓଡ଼ିଶାର ଶ୍ରମ କମିଶନରଙ୍କୁ ପଦକ୍ଷେପ ନେବାକୁ କହିଥିଲେ। ପରେ ତେଲେଙ୍ଗାନାର ଏହି ଇଟାଭାଟି ଉପରେ ବେଗମ୍‌ପେଟର ଏସ୍‌ପି ସଦଳବଳ ଚଢ଼ାଉ କରିବା ସହିତ ଛୋଟଛୋଟ ପିଲାଙ୍କୁ ସୁରକ୍ଷିତ ସ୍ଥାନକୁ ନେଇଥିଲେ। ରବିବାର ଶ୍ରମ ଇନ୍ସପେକ୍ଟର ସ୍ଥାନୀୟ ଅଞ୍ଚଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କୁ ସେମାନଙ୍କର ସମସ୍ୟା ଓ ବକେୟା ପାଉଣା ସଂକ୍ରାନ୍ତରେ ଟିକିନିଖି ପଚାରି ବୁଝିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri