ତେଲେଙ୍ଗେନାକୁ କାମ କରିବାକୁ ଯାଇଥିଲେ, ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରହିଲେ ୨୪ ପ୍ରବାସୀ ଶ୍ରମିକ

ଜୁନାଗଡ,୫।୫(ଡି.ଏନ୍‌.ଏ.): ତେଲେଙ୍ଗେନାକୁ କାମ କରିବାକୁ ଯାଇଥିବା କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୨୪ଜଣ ପ୍ରବାସୀ ଓଡିଆ ମଙ୍ଗଳବାର ବସ୍‌ ଭଡା କରି ଜୁନାଗଡରେ ପହଞ୍ଚିଛନ୍ତି। ଏଥିରେ ଜୁନାଗଡ ବ୍ଲକର ତଳମଲା ପଞ୍ଚାୟତର ୨୨, ମାଟିଗଁା ଓ ହାବସପୁର ପଞ୍ଚାୟତର ଜଣେ ଲେଖାଏ ଶ୍ରମିକ ରହିଛନ୍ତି। ପୂର୍ବରୁ ଏହି ଶ୍ରମିକମାନେ ଘରକୁ ଫେରିବା ପାଇଁ ପଞ୍ଜୀକରଣ କରିଥିବାରୁ ବ୍ଲକ ପ୍ରଶାସନ ଏଥିପ୍ରତି ସଜାଗ ରହିଥିଲା। ଶ୍ରମିକମାନେ ଜୁନାଗଡ ସହରରେ ପହଞ୍ଚିବା ପରେ ବ୍ଲକ ପ୍ରଶାସନ ସେମାନଙ୍କୁ ଚିହ୍ନଟ କରି ତଳମଲା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର(ଟିଏମସି)ରେ ଥଇଥାନ କରିଥିଲା। ଏହି ସମୟରେ ବିଡିଓ ଦୁଲାରାମ ମାରାଣ୍ଡି, ଜିପିଓ ସିଦ୍ଧେଶ୍ୱର ମେହେର, ଡବ୍ଲୁଇଓ ସୁମନ୍ତ କୁମାର ମାଝୀ, ବିଏସ୍‌ଏସଓ ତୁଷାର ରଞ୍ଜନ ସାହୁ, ଯନ୍ତ୍ରୀ ସଞ୍ଜୟ କୁମାର ମଲ୍ଲିକ, ନୋଡାଲ ଅଧିକାରୀ ଗୁପ୍ତ ନାଏକ, ସ୍ଥାନୀୟ ସରପଞ୍ଚ ଦୁଶିଲା ମାଝୀ ପ୍ରମୁଖ ଉପସ୍ଥିତ ଥିଲେ। ସନ୍ଧ୍ୟାରେ ଶିବିରକୁ ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଭାତ କୁମାର ମହାପାତ୍ର ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri