ତେଲ ଟ୍ୟାଙ୍କରରୁ ଚୋରା କେନ୍ଦୁପତ୍ର ଜବତ

ସଜନାଗଡ଼/ସୋର/ବାହାନଗା,୨୯।୮(ଡି.ଏନ.ଏ.)-ଅଭିନବ ଉପାୟରେ କେନ୍ଦୁପତ୍ର ଚୋରାଚାଲାଣ ହେବା ଘଟଣା ପଦାକୁ ଆସିଛି। ବୁଧବାର ଏକ କମ୍ପାନୀର ତେଲ ଟ୍ୟାଙ୍କରରେ କେନ୍ଦୁପତ୍ର ଲୋଡ଼ ହୋଇ ଆସୁଥିବା ବନବିଭାଗ ବିଶେଷ ସୂତ୍ରରୁ ଖବରପାଇଥିଲା। ବାଲେଶ୍ୱର ଡିଏଫ୍‌ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶ କ୍ରମେ କୁଲଡ଼ିହା ରେଞ୍ଜର ତଥା ଏସିଏଫ୍‌ଓ ଲକ୍ଷ୍ମଣ ପ୍ରଧାନ ସଦଳବଳ ସୋର ଥାନାଧିକାରୀଙ୍କ ସାହାଯ୍ୟରେ ୫ନଂ. ଜାତୀୟ ରାଜପଥ ବାରିକପୁର ସ୍ଥିତ ଏକ ଢାବା ନିକଟରେ ରାସ୍ତାକଡ଼ରେ ଅଟକିଥିବା ତେଲଟ୍ୟାଙ୍କର(ନଂ. ନମ୍ବର ଓଆର୍‌-୦୫ଡ଼ି-୩୧୮୫)କୁ ସନ୍ଦେହ କରି ଯାଞ୍ଚ କରାଯାଇଥିଲା। ସେତେବେଳେ ଗାଡ଼ି ଚାଳକ କିମ୍ବା ହେଲପର୍‌ ନ ଥିଲେ । ତନଖି କରିବାରୁ ଟ୍ୟାଙ୍କରରେ ବିଡ଼ା ବିଡ଼ା କେନ୍ଦୁପତ୍ର୍ର ରହିଥିବା ଜଣାପଡିଥିଲା। ପରେ ଟ୍ୟାଙ୍କରକୁ ଜବତ କରି ନୀଳଗିରି କୁଲଡ଼ିହା ରେଞ୍ଜର ଅଫିସ୍‌କୁ ଅଣାଯାଇ ସେଥିରୁ କେନ୍ଦୁପତ୍ର ଜବତ କରାଯାଇଥିଲା। ଏହାର ଆନୁମାନିକ ମୂଲ୍ୟ ୨ଲକ୍ଷ ଟଙ୍କା ପାଖାପାଖି ହେବ । ଏନେଇ ଏକ ମାମଲା (ନଂ. ୨୧/୧୯) ରୁଜୁ କରାଯାଇଥିବା ବନ ବିଭାଗ କହିଛି। ଏହି କେନ୍ଦୁପତ୍ର ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଦାରିଙ୍ଗବାଡି: ଦ୍ୱିତୀୟ ଦିନରେ ମଧ୍ୟ ତୁଷାରପାତ, ଘରୁ ବାହାରିବା ମୁସ୍କିଲ

ଦାରିଙ୍ଗବାଡି, ୧୨।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅସହ୍ୟ ଯନ୍ତ୍ରଣା ଦେଉଛି ଶୀତ । ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ...

ଜଙ୍ଗଲକୁ ଟେକିନେଇ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କଲେ ୪୩ ବର୍ଷୀୟ ବ୍ୟକ୍ତି, ଧରାପଡିବା ପରେ…

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଲଇମୁରା ଥାନା ଅଞ୍ଚଳରେ ମାନସିକ ଅନଗ୍ରସର ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି...

ଘରକୁ ଡାକି ବଳାତ୍କାର କରିଥିଲେ ବୃଦ୍ଧ, ହେଲା ଆଜୀବନ କାରାଦଣ୍ଡ

ଦେବଗଡ଼,୧୨ା୧୨(ଶଶାଙ୍କ ଶେଖର ଝାଙ୍କର): ନାବାଳିକା ବଳାତ୍କାର ମାମଲାର ବିଚାରକରି ଅତିରିକ୍ତ ଦୌରାଜଜ୍‌ ତଥା ସ୍ବତନ୍ତ୍ର ଜଜ୍‌ ଜଣେ ବୃଦ୍ଧଙ୍କୁ ଗୁରୁବାର ଆଜୀବନ କାରାଦଣ୍ଡ ସହ ୧୦,୦୦୦...

IND vs SA: ମ୍ୟାଚ ହାରିବା ପରେ ଭୁଲ ମାନିଲେ ସୂର୍ଯ୍ୟକୁମାର ଯାଦବ, ଗିଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ୧୨।୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ଟିମ୍ ଇଣ୍ଡିଆ ୫୧ ରନରେ ପରାଜୟ ବରଣ କରିଥିଲା। ଏହି ପରାଜୟରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସବୁଠାରୁ ନିରାଶ...

ପେସାରେ ଅଧ୍ୟାପନା, ନିଶାରେ କଳା ସାଧନା

ଲୋଇସିଂହା,୧୨।୧୨(ସୁଶାନ୍ତ ବାରିକ): ପେଶା ତାଙ୍କର ଅଧ୍ୟାପନା, ନିଶା କଳା ସାଧନା କରିବା ା ଏପରି ଜଣେ ବ୍ୟକ୍ତି ହେଉଛନ୍ତି ଅଧ୍ୟାପକ ଡ. ଲିଙ୍ଗରାଜ ମେହେର। ସେ...

ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…

ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର...

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri