ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୯।୬:ଦେଶରେ କରୋନା ସଂକ୍ରମଣର ମହାମାରୀ ସମୟରେ କ୍ରମାଗତ ତେଲ ଦର ବୃଦ୍ଧିକୁ ନେଇ ଗ୍ରାହକଙ୍କ ମଧ୍ୟରେ ଅସନ୍ତୁଷ୍ଟ ଦେଖାଦେଇଛି। ଗୋଟିଏ ପଟେ ଲୋକଙ୍କର ଆର୍ଥିକ ଅବସ୍ଥା ଭଲ ନଥିବା ବେଳେ ଏହି ସମୟରେ ତେଲ ଦର ବୃଦ୍ଧି ସବୁ ବର୍ଗର ଗ୍ରାହକଙ୍କୁ ଚିନ୍ତାରେ ପକାଇଛି। ଗତ ୧୩ ଦିନ ମଧ୍ୟରେ ତେଲ ଦର କ୍ରମଶଃ ବୃଦ୍ଧି ପାଇ ଚାଲିଛି। ଚଳିତ ମାସ ଜୁନ ୭ ରୁ ଆଜି ପର୍ଯ୍ୟନ୍ତ (ଶୁକ୍ରବାର) ଦେଶର ତେଲ ଦର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଫଳରେ ଗତ ୧୩ ଦିନ ମଧ୍ୟରେ ପେଟ୍ରୋଲ ଉପରେ ୭.୧୧ଟଙ୍କା ଏବଂ ଡ଼ିଜେଲ ୭.୬୭ ଟଙ୍କା ବଢିଛି। ପ୍ରମୁଖ ତୈଳ କମ୍ପାନୀଗୁଡିକର ସୂଚନା ଅନୁସାରେ ୧୯ ତାରିଖରେ ପେଟ୍ରୋଲ ଲିଟର ପିଛା ୫୬ ପଇସା ଏବଂ ଡ଼ିଜେଲ ୬୩ ପଇସା ବୃଦ୍ଧି ପାଇଛି। ଗୁରୁବାର ପେଟ୍ରୋଲ ଦର ୭୭.୮୧ଟଙ୍କାରୁ ବୃଦ୍ଧି ପାଇ ୭୮.୩୭ ଟଙ୍କା ଏବଂ ଡିଜେଲ ଦର ୭୬.୪୨ଟଙ୍କାରୁ ବୃଦ୍ଧି ପାଇଁ ୭୭.୦୫ ଟଙ୍କାରେ ପହଞ୍ଚତ୍ଛି। ଏହି ଦର ବୃଦ୍ଧି ଫଳରେ ଭୁବନେଶ୍ୱରର ପେଟ୍ରୋଲ ଲିଟର ପିଛା ୭୮.୯୦ପଇସା ଓ ଡିଜେଲ ଲିଟର ପିଛା ୭୫.୨୮ ଛୁଇଁଛି।ଦେଶ ଓ ରାଜ୍ୟରେ କ୍ରମାଗତ ଭାବରେ ତେଲ ଦର ବୃଦ୍ଧିକୁ ନେଇ ଭୁବନେଶ୍ୱରର ମାଷ୍ଟର କ୍ୟାଣ୍ଟିନ ଛକରେ ଶୁକ୍ରବାର ଉଭୟ କଂଗ୍ରେସ ଓ ସିପିଆଇ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏହି ୫ ସହରରେ ମିଳିବ ୩୫ ଟଙ୍କା କିଲୋରେ ପିଆଜ

ନୂଆଦିଲ୍ଲୀ,୨୫।୮: ପର୍ବପର୍ବାଣୀ ଋତୁ ଆସୁଥିବା ବେଳେ ଦେଶରେ ବଢ଼ୁଥିବା ପିଆଜ ଦରକୁ ନିୟନ୍ତ୍ରଣ କରିବାକୁ କେନ୍ଦ୍ର ସରକାର ନିଜର ବଫର ଷ୍ଟକ୍‌କୁ ପିଆଜ ବଜାରକୁ ଛାଡ଼ିବା ଆରମ୍ଭ…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri