ତେଲ ଦର ସହ ବୃଦ୍ଧି ହେଲା ଏଟିଏଫ ଦର

ନୂଆଦିଲ୍ଲୀ,୧୭।୬: ଦେଶରେ ତେଲ ଦର କ୍ରମାଗତ ଭାବେ ୧୦ ଦିନ ହେଲା ବୃଦ୍ଧି ପାଉଥିବା ବେଳେ ଏହି ସମୟରେ ବିମାନ ଇନ୍ଧନ(ଏଟିଏଫ)ର ଦର ପ୍ରାୟ ୧୬.୩% ବୃଦ୍ଧି ଘଟିଛି। ଫଳରେ ଏହାର ଦାମ କିଲୋ ଲିଟର ୫୪୯୪.୫ ଟଙ୍କା ବୃଦ୍ଧି ଘଟି ୩୯,୦୬୯.୮୭ଟଙ୍କାରେ ପହଞ୍ଚତ୍ଛି। ଏହାର ମୂଳ ଦରରୁ ୧୬.୩% ଅଧିକ ବୋଲି ବିଭିନ୍ନ ତୈଳ ବିପଣନ କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଦ୍ୱିତୀୟ ଥର ଏଟିଏଫ୍‌ ଦର ବୃଦ୍ଧି ହୋଇଛି। ଜୁନ ୧ରେ ଏଥିରେ ପ୍ରତି କିଲୋ ଲିଟର ପିଛା ରେକର୍ଡ ୫୬.୫% (୧୨,୧୨୬.୭୫ଟଙ୍କା) ବୃଦ୍ଧି ଘଟିଥିଲା। ସେହିଭଳି ଜୁନ ୭ରୁ ଆଜି ପର୍ଯ୍ୟନ୍ତ କ୍ରମାଗତ ଭାବେ ଦେଶର ତେଲ ଦର ବୃଦ୍ଧି ପାଉଛି। ଫଳରେ ବିଗତ ୧୦ଦିନ ମଧ୍ୟରେ ଦେଶର ତେଲ ଦର ପେଟ୍ରୋଲ ଲିଟର ଉପରେ ୫.୪୭ଟଙ୍କା ଏବଂ ଡ଼ିଜେଲ ୫.୮୦ଟଙ୍କା ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ କମ୍ପାନୀ ଗୁଡିକର ସୂଚନା ଅନୁସାରେ ସୋମବାର ପେଟ୍ରୋଲ ଲିଟର ପିଛା ୪୭ ପଇସା ଏବଂ ଡ଼ିଜେଲ ୯୩ ପଇସା ବୃଦ୍ଧି ପାଇଛି। ଯାହାଫଳରେ ପେଟ୍ରୋଲ ଦର ୭୬.୨୬ଟଙ୍କାରୁ ବୃଦ୍ଧି ପାଇ ୭୬.୭୩ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ଡ଼ିଜେଲ ଦର ୭୪.୨୬ ଟଙ୍କାରୁ ବୃଦ୍ଧି ପାଇଁ ୭୫.୧୯ଟଙ୍କା ଛୁଇଁଥିବା ଜଣାପଡିଛି। ବିଗତ ୮୨ ଦିନ ପରେ ଦେଶର ତେଲ ଦର ପୁଣି ଥରେ ବୃଦ୍ଧି କରାଯାଇଥିବା ବିଭିନ୍ନ ତୈଳ ବିପଣନ କମ୍ପାନୀ ଗୁଡିକ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମଧ୍ୟାହ୍ନ ଭୋଜନରେ ମିଳିବ ଚିକେନ ବିରିୟାନି!

ଚେନ୍ନାଇ,୩୦।୭: ତାମିଲନାଡୁ ସରକାରଙ୍କ ମଧ୍ୟାହ୍ନ ଭୋଜନ ଯୋଜନାରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଇପାରେ । ରାଜ୍ୟ ସ୍କୁଲ ଶିକ୍ଷା ମନ୍ତ୍ରୀ ରାଜମୋହନ କହିଛନ୍ତି ଯେ ସରକାର ସପ୍ତାହରେ…

ରାସ୍ତାରେ ଘାଇ: ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ

ନୂଆପଡ଼ା,୩୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାସ୍ତାରେ ଘାଇ ସୃଷ୍ଟି ହୋଇ ଅଧିକାଂଶ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ନଈ, ନାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri