ତେଲ ପାଇଁ କ୍ରେଡିଟ୍‌ କାର୍ଡରେ ମିଳିବନି କ୍ୟାଶ୍‌ବ୍ୟାକ; ଅକ୍ଟୋବର ପହିଲାରୁ ଲାଗୁ

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ପହିଲାରୁ ପେଟ୍ରୋଲ ପମ୍ପରେ ତେଲ ପକାଇଲେ କ୍ରେଡିଟ୍‌ କାର୍ଡଧାରୀଙ୍କୁ ଆଉ କ୍ୟାଶ୍‌ବ୍ୟାକ ମିଳିବ ନାହିଁ। ଦେଶର ତୈଳ କମ୍ପାନୀଗୁଡ଼ିକ ଏ ନେଇ ନିଷ୍ପତ୍ତି ନେଇଛନ୍ତି। ତୈଳ କମ୍ପାନୀଗୁଡ଼ିକ କ୍ରେଡିଟ କାର୍ଡଧାରୀଙ୍କୁ ୦.୭୫% କ୍ୟାଶ୍‌ବ୍ୟାକ୍‌ ଦେଉଥିଲେ। ଏ ସମ୍ପର୍କରେ ଦେଶର ସର୍ବବୃହତ ବ୍ୟାଙ୍କ ଏସ୍‌ବିଆଇ ନିଜର ସମସ୍ତ କ୍ରେଡିଟ୍‌ କାର୍ଡ ଗ୍ରାହକଙ୍କୁ ମେସେଜ ପଠାଇ ଜଣାଇ ଦେଇଛି। କେନ୍ଦ୍ର ସରକାର ୨୦୧୬ ନଭେମ୍ବରରେ ବିମୁଦ୍ରୀକରଣ ଘୋଷଣା କରିବା ପରେ ନଗଦ ଅଭାବକୁ ଦୂର କରିବା ପାଇଁ ତୈଳ କମ୍ପାନୀଙ୍କୁ କ୍ୟାଶ୍‌ବ୍ୟାକ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନୁଯାୟୀ, ଏଚ୍‌ପିସିଏଲ୍‌, ବିପିସିଏଲ୍‌ ଓ ଆଇଓସିଏଲ୍‌ ପକ୍ଷରୁ ଡେବିଟ୍‌/କ୍ରେଡିଟ୍‌ କାର୍ଡଧାରୀଙ୍କୁ ତେଲ ଭରିବା ବାବଦରେ ୦.୭୫% କ୍ୟାଶ୍‌ବ୍ୟାକ ଦେବାକୁ ଘୋଷଣା କରିଥିଲେ। କେବଳ ଏତିକି ନୁହେଁ ସରକାରଙ୍କ ନିର୍ଦ୍ଦେଶରେ ତୈଳ କମ୍ପାନୀଗୁଡ଼ିକ କାର୍ଡ ବ୍ୟବହାର ଜନିତ ଚାର୍ଜ(ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ ବା ଏମ୍‌ଡିଆର୍‌)କୁ ମଧ୍ୟ ବହନ କରୁଥିଲେ। ସାଧାରଣତଃ କାର୍ଡ ବ୍ୟବହାର ପାଇଁ ରିଟେଲର ବା କାର୍ଡ ବ୍ୟବହାରକାରୀ ଏହି ଚାର୍ଜ ଦେଇଥାନ୍ତି। ତେବେ ଡେବିଟ୍‌ କାର୍ଡ ଉପରେ ମିଳୁଥିବା କ୍ୟାଶ୍‌ବ୍ୟାକ ଓ ଅନ୍ୟ ରିହାତି ପୂର୍ବଭଳି ଜାରି ରହିବ। ସୂଚନାଥାଉ କି, ଇ-ପେମେଣ୍ଟ କ୍ୟାଶ୍‌ବ୍ୟାକ ବାବଦରେ ତିନୋଟି ତୈଳ କମ୍ପାନୀ ୨୦୧୭-୧୮ରେ ୧୧୬୫ କୋଟି ଏବଂ ଏମ୍‌ଡିଆର୍‌ ବାବଦରେ ୨୬୬ କୋଟି ଟଙ୍କା ବ୍ୟାଙ୍କକୁ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ବିଜେପିର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri