ତୈଳ ଦର ପ୍ରଭାବ: ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୭ା୧(ବ୍ୟୁରୋ): ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଥିବାରୁ ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ବଢ଼ି ଚାଲିଛି। ଏହାର ପ୍ରଭାବ ବସ୍‌ ଭଡ଼ାଠାରୁ ଆରମ୍ଭ କରି ପରିବହନ କ୍ଷେତ୍ରରେ ମଧ୍ୟ ଦେଖାଦେଇଛି। ତୈଳଦର ବୃଦ୍ଧି ହୋଇଥିବାରୁ ସ୍ବୟଂକ୍ରିୟ ବ୍ୟବସ୍ଥା (ଅଟୋମେଶନ ସିଷ୍ଟମ)ଅନୁଯାୟୀ ରାଜ୍ୟରେ ବସ୍‌ ଭଡ଼ା ବୃଦ୍ଧି ପାଇଛି। ଏ ନେଇ ସୋମବାର ରାଜ୍ୟ ପରିବହନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। କିଲୋମିଟରକୁ ଯଥାକ୍ରମେ ୧ ଓ ୨ ପଇସା ବୃଦ୍ଧି ପାଇଛି । ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍‌ ଭଡ଼ା କିଲୋମିଟର ପିଛା ୧ ପଇସା ଲେଖାଏ ବୃଦ୍ଧି ପାଇଥିବା ବେଳେ ଡିଲକ୍ସ ଓ ଏସି ଡିଲକ୍ସ ବସ୍‌ କିଲୋମିଟରକୁ ୨ ପଇସା ବୃଦ୍ଧି ପାଇଛି। ଏହି ବୃଦ୍ଧି ଫଳରେ ସାଧାରଣ ବସ୍‌ ଭଡା କିଲୋମିଟର ପିଛା ୬୯ ପଇସାରୁ ୭୦ ପଇସା ବୃଦ୍ଧି ହୋଇଥିବା ବେଳେ ଏକ୍ସପ୍ରେସ ୭୨ରୁ ୭୩, ଡିଲକ୍ସ ବସ କିଲୋମିଟର ପିଛା ୯୯ ପଇସାରୁ ୧ଟଙ୍କା ୧ ପଇସା ଏବଂ ଏସି ଡିଲକ୍ସ ବସ୍‌ରେ କିଲୋମିଟର ପିଛା ୧ ଟଙ୍କା ୨୧ ପଇସା ପରିବର୍ତ୍ତେ ୧ଟଙ୍କା ୨୩ ପଇସା ଦେବାକୁ ପଡ଼ିବ। ସୂଚନାଯୋଗ୍ୟ ଯେ, ବସ୍‌ ଭଡ଼ା ବୃଦ୍ଧି ଓ ହ୍ରାସ ପାଇଁ ରାଜ୍ୟ ସରକାର ଅଟୋମେଶନ ବା ସ୍ବୟଂକ୍ରିୟ ବ୍ୟବସ୍ଥା କାର୍ଯ୍ୟକାରୀ କରିଛନ୍ତି। ଡିଜେଲ ମୂଲ୍ୟ ଲିଟର ପିଛା ୨ ଟଙ୍କା ବୃଦ୍ଧି ହେଲେ କିଲୋମିଟରକୁ ଭଡ଼ା ୧ ଓ ୨ ପଇସା ବଢ଼ିବ। ସେହି ଆଧାରରେ ବସ ଭଡ଼ା ବୃଦ୍ଧି ଓ ହ୍ରାସ ହୋଇ ଆସୁଛି। ଭଡ଼ା ବୃଦ୍ଧି ଯାତ୍ରୀଙ୍କ ଉପରେ ପୁଣି ଆର୍ଥିକ ବୋଝ । ସେମାନଙ୍କୁ ଅଧିକ ଭଡ଼ା ଦେଇ ଯାତ୍ରା କରିବାକୁ ପଡ଼ିବ।
ଭଡ଼ା ବୃଦ୍ଧିକୁ ନେଇ ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ଆଦୌ ଖୁସି ନୁହନ୍ତି। ସଂଘର ଆବାହକ ଦେବାଶିଷ ନାୟକ କହିଛନ୍ତି ଯେ, ବସ୍‌ ଭଡ଼ା ବଢିବା ଦ୍ୱାରା ଯାତ୍ରୀଙ୍କ ଉପରେ ଏହାର ପ୍ରଭାବ ପଡୁଛି। ବସ୍‌ଯାତ୍ରୀ ଟ୍ରେନ୍‌ରେ ଯିବାଆସିବା କରିବାକୁ ଅଧିକ ପସନ୍ଦ କରୁଛନ୍ତି। ଫଳରେ ବସ୍‌ ମାଲିକଙ୍କୁ କ୍ଷତି ସହିବାକୁ ପଡୁଛି। ରାଜ୍ୟ ସରକାର ତେଲ ଉପରେ ରିହାତି ଦେବାକୁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri