ତୋରାଣିପଦାରୁ ଜବରଦଖଲ ଉଚ୍ଛେଦ

ଖଇରା, ୨୯।୬(ଡି.ଏନ.ଏ.)-ଖଇରା ତହସିଲ ଓ ପୋଲିସର ମିଳିତ ସହଯୋଗରେ ଖଇରା ବ୍ଲକ ତୋରାଣିପଦା ଗ୍ରାମରୁ ଶୁକ୍ରବାର ସରକାରୀ ଜମିରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଖଇରା ତହସିଲଦାର ପ୍ରଦୀପ କୁମାର ସାହୁ ସରକାରୀ ଜମିରେ ଅବୈଧ ନିର୍ମାଣ କରି ବିଭିନ୍ନ ବ୍ୟବସାୟ ଚଲାଇଥିବା ୬ଜଣଙ୍କ ଗୃହକୁ ଭାଙ୍ଗି ସରକାରୀ ଜମିକୁ ମୁକ୍ତ କରିଛନ୍ତି।
ପ୍ରକାଶ ଯେ, ଖଇରା ଆରଆଇ ସର୍କଲରେ ଥିବା ଖାତା ନମ୍ବର ୯୩ ଓ ୯୫, ପ୍ଲଟ୍‌ ନମ୍ବର ୧୮,୨୧,୨୬୧,୩୩୮କୁ ବର୍ଷ ବର୍ଷ ଧରି ୬ ଜଣ ଜବରଦଖଲକାରୀ ଭାଗିରଥି ବାରିକ, ଭଗବାନ ବାରିକ, ହାଡିବନ୍ଧୁ ଦାସ, ଭାଗବତ ସାହୁ, ବୁଦ୍ଧିରାମ ଦାସ ଓ ଏକାଦଶୀ ଦାସ ପ୍ରମୁଖ ବ୍ୟବସାୟ କରୁଥିଲେ। ଏହାକୁ ବିରୋଧ କରି ସ୍ଥାନୀୟ ବାସିନ୍ଦା ହାଇକୋର୍ଟରେ ଆଶ୍ରୟ ନେଇଥିଲେ ା ପୂର୍ବ ନିଷ୍ପତ୍ତି ଅନୁଯାୟୀ ଖଇରା ତହସିଲ ପକ୍ଷରୁ କନିଷ୍ଠ କିରାଣି ହରିହର ଶିଅଳ, ବରିଷ୍ଠ କିରାଣି ଅନିରୁଦ୍ଧ ସାହୁ, ମସିରୁଦ୍ଦିନ୍‌ ଖାନ୍‌, ଖଇରା ଆରଆଇ କାଳିଚରଣ ମାଝି ଏବଂ ପୋଲିସ ତରଫରୁ ଏସ୍‌ଆଇ ସୁଜାତା ମଲ୍ଲିକ୍‌, ଏଏସ୍‌ଆଇ ପ୍ରଦୀପ କୁମାର ମହାନ୍ତି ଓ ବାସୁଦେବ ମହାନ୍ତି ପ୍ରମୁଖ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri