ତ୍ରିକୋଣୀୟ ପ୍ରେମରୁ ଯୁବକଙ୍କୁ ହତ୍ୟା ଘଟଣା: ଅଭିଯୁକ୍ତ ଇମା ଉଦ୍ଦିନ କୋର୍ଟଚାଲାଣ

ପାରାଦୀପ, ୨୪।୧ (ସ୍ବ.ପ୍ର.):ତ୍ରିକୋଣୀୟ ପ୍ରେମ ସମ୍ପର୍କ ଯୋଗୁ ପାରାଦୀପ ମଡେଲ ଥାନା ଅଧୀନ ନୂଆବଜାର ମଣିମନ୍ଦିର ପାଖ ବସ୍ତିର ଶରତ ଜେନାଙ୍କୁ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଇମା ଉଦ୍ଦିନଙ୍କୁ ଗୁରୁବାର କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କୁଜଙ୍ଗ ଜେଲ୍‌କୁ ପଠାଇ ଦିଆଯାଇଥିବା ବେଳେ ପୋଲିସ ଇମା ଉଦ୍ଦିନଙ୍କୁ ରିମାଣ୍ଡରେ ଆଣି ଜେରା କରିବ ବୋଲି ଏଏସ୍‌ପି ବିଷ୍ଣୁଚରଣ ମିଶ୍ର ଥାନାଧିକାରୀ ରଜନୀକାନ୍ତ ସାମଲ ଗୁରୁବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ଶରତ ଗତ ୧୮ ତାରିଖରୁ ନିଖୋଜ ଥିବା ନେଇ ତାଙ୍କ ମା’୧୯ ତାରିଖରେ ଥାନାରେ ଅଭିଯୋଗ କରିଥିଲେ। ଶରତଙ୍କ ମୋବାଇଲ୍‌ ଟ୍ରାକ୍‌ କରିବା ଓ କଲ୍‌ ରେକର୍ଡ ଯାଞ୍ଚ କରିବା ପରେ ପୋଲିସ ତାଙ୍କ ବନ୍ଧୁ ତଥା ହତ୍ୟା ଅଭିଯୁକ୍ତ ଇମା ଉଦ୍ଦିନଙ୍କୁ ଗିରଫ କରିଥିଲା। ତେବେ ଇମା ଉଦ୍ଦିନଙ୍କୁ ଜେରା କରିବା ବେଳେ ସେ ଶରତଙ୍କୁ ହତ୍ୟା କରିଥିବା କହିଥିଲେ। ତ୍ରିକୋଣୀୟ ପ୍ରେମ ସମ୍ପର୍କ ଯୋଗୁ ଇମା ଉଦ୍ଦିନ ହତ୍ୟା ଯୋଜନା କରିବା ସହ ଗତ ୧୮ ତାରିଖ ରାତିରେ ଶରତଙ୍କୁ ଫୋନ୍‌ କରି ଡକାଇଥିଲେ। ଉଭୟେ ଏକ କାର୍‌ (ନଂ.-ଓଡି୦୫ଏକେ ୭୫୨୫)ରେ ଏକାଠି ବସି ମଦ ପିଇଥିଲେ। ଏହାପରେ ଇମା ଉଦ୍ଦିନ କାର୍‌ ଭିତରେ ଶରତଙ୍କ ଗୋଡ ବାନ୍ଧି ଚୌଦ୍ୱାର ଥାନା ଅଧୀନ ୫୫ ନଂ. ଜାତୀୟ ରାଜପଥ କଡ଼ରେଥିବା ଶିମିଳିହାଣ୍ଡ ଗ୍ରାମର ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ତାଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିବା ପରେ ଦଳଭର୍ତ୍ତି ପୋଖରୀରେ ମୃତଦେହ ଫୋପାଡ଼ି ଦେଇଥିଲେ। ଏହାପରେ ଫେରିବା ବେଳେ ଶରତଙ୍କ ମୋବାଇଲ ଓ ଗାମୁଛାକୁ ମହାନଦୀରେ ଫୋପାଡ଼ି ଦେଇଥିଲେ ବୋଲି ଇମା ଉଦ୍ଦିନ ବୟାନ ଦେଇଥିବା ପୋଲିସ କହିଛି। ଏ ନେଇ ୧୨/୨୦ ନଂ.ରେ ଏକ ମାମଲା ରୁଜୁ ହୋଇଛି। ଚୌଦ୍ୱାର ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ ଓ କଟକ ଜିଲାର ଜଣେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ମୃତଦେହ ଜବତ ଓ ବ୍ୟବଚ୍ଛେଦ କରାଯାଇଛି। ହତ୍ୟାକାଣ୍ଡରେ ବ୍ୟବହୃତ କାରକୁ ପୋଲିସ ଜବତ କରିଛି। ତେବେ ଏହି ଘଟଣାରେ ଆଉ କେହି ସମ୍ପୃକ୍ତ ଅଛନ୍ତି କି ନାହିଁ ସେ ନେଇ ପୋଲିସ ତଦନ୍ତ ଚଳାଇଛି।
ସୂଚନାଯୋଗ୍ୟ, ଗତ ୨୨ ତାରିଖରେ ଶରତଙ୍କ ବଡ଼ଭାଇ ରଜତ କୁମାର ଜେନା ଥାନାରେ ଅପହରଣ ଓ ହତ୍ୟା ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ଯୁବ କ୍ରିକେଟର ସୂର୍ଯ୍ୟକାନ୍ତଙ୍କ ପାଇଁ ଅର୍ଥ ସାଜିଛି ବାଧକ

ରଘୁନାଥପୁର,୨୫ା୪(ରାଜେନ୍ଦ୍ର ନାରାୟଣ ସିଂହ)କ୍ରିକେଟରେ ଅଲ୍‌ରାଉଣ୍ଡର ଭାବେ ପ୍ରଥମେ ରଘୁନାଥପୁର ବ୍ଲକରୁ ଜଗତ୍‌ସିଂହପୁର ଜିଲା ଏବଂ ଏବେ ରାଜ୍ୟସ୍ତରରେ ସିଲେକ୍ଟ ହୋଇ ରାଜ୍ୟ ପାଇଁ ସୂର୍ଯ୍ୟକାନ୍ତ ଦାସ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri