ତ୍ରିନିଦାଦ ଆଣ୍ଡ୍‌ ଟବାଗୋ ରାଷ୍ଟ୍ରଦୂତ ଦାୟିତ୍ୱ ନେଲେ ଅରୁଣ

ଭୁବନେଶ୍ୱର,୯ା୯(ବ୍ୟୁରୋ): ତ୍ରିନିଦାଦ ଆଣ୍ଡ ଟବାଗୋର ଭାରତୀୟ ରାଷ୍ଟ୍ରଦୂତ ଭାବେ ଆଇଏଫ୍‌ଏସ୍‌ ଅଧିକାରୀ ଅରୁଣ ସାହୁ ଦାୟିତ୍ୱ ନେଇଛନ୍ତି। ନିକଟରେ ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ତାଙ୍କର ନିଯୁକ୍ତି କରାଯାଇଥିଲା। ଚଳିତ ମାସ ୩ ତାରିଖରେ ତ୍ରିନିଦାଦ ଆଣ୍ଡ ଟବାଗୋସ୍ଥିତ ଭାରତୀୟ ଦୂତାବାସରେ ଅରୁଣ ଦାୟିତ୍ୱ ଗ୍ରହଣ କରିସାରିଛନ୍ତି। ଏହା ପୂର୍ବରୁ ସେ କାନାଡାରେ ଭାରତର ଉପ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିସାରିଛନ୍ତି। ୧୯୯୬ ବ୍ୟାଚ୍‌ର ଏହି ଭାରତୀୟ ବୈଦେଶିକ ସେବା(ଆଇଏଫ୍‌ଏସ୍‌) ଅଧିକାରୀ ଜଣଙ୍କ ସାହିତ୍ୟରେ ମଧ୍ୟ ବିଶେଷ ରୁଚି ରଖନ୍ତି। କାନାଡାରେ ଯୋଗଦାନ ପୂର୍ବରୁ ଅରୁଣ ଭାରତରେ ବୈଦେଶିକ ମନ୍ତ୍ରଣାଳୟରେ ଯୁଗ୍ମ ସଚିବ ଏବଂ ଭାରତୀୟ ସାଂସ୍କୃତିକ ବ୍ୟାପାର ପରିଷଦର ଉପନିର୍ଦ୍ଦେଶକ ଦାୟିତ୍ୱ ତୁଲାଇ ସାରିଛନ୍ତି। ଏତଦ୍‌ ବ୍ୟତୀତ ଅରୁଣ ଲଣ୍ଡନ, ବେଜିଂ ଏବଂ ତେହେରାନ୍‌ସ୍ଥିତ ଭାରତୀୟ ଦୂତାବାସରେ କାର୍ଯ୍ୟ କରିସାରିଛନ୍ତି। ଚିରା ମଲାଟ ଏବଂ ଆକାଶର ଲୁହ ତାଙ୍କର ୨ଟି ଅନବଦ୍ୟ ସାହିତ୍ୟ କୃତି।


Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri