ତ୍ରିପୁରାରେ ମୋବାଇଲ୍‌ ଜରିଆରେ ହେବ ଅନ୍‌ଲାଇନ ପାଠପଢ଼ା

ଅଗରତାଲା,୨୨।୬: କରୋନା ଲକ୍‌ଡାଉନ ଯୋଗୁ ଦେଶବ୍ୟାପି ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଫଳରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେତେକ ରାଜ୍ୟ ଅନ୍‌ଲାଇନରେ ଶିକ୍ଷା ଆରମ୍ଭ କରିଛନ୍ତି। ଇତିମଧ୍ୟରେ ଏବେ ତ୍ରିପୁରା ସରକାର ମଧ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏକ ନୂଆ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତିି। ଗତ ମାର୍ଚ୍ଚରୁ ଲକ୍‌ଡାଉନ ଘୋଷଣା ହେବା ପରେ କେବେ ସ୍କୁଲ ଖୋଲିବ ସେନେଇ ଅନିଶ୍ଚିତତା ରହିଛି। ତେଣୁ ତ୍ରିପୁରାରେ ‘ଏକ୍‌ଟୁ ଖେଲୋ, ଏକୁଟୁ ପଢ଼ୋ’ ନାମକ ପ୍ରକଳ୍ପ ଆରମ୍ଭ ହେବାକୁ ଯାଉଛି। ଜୁନ ୨୫ରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ମୋବାଇଲରେ ଅନ୍‌ଲାଇନ ଶିକ୍ଷାଦାନ ଦିଆଯିବ ବୋଲି ଶିକ୍ଷାମନ୍ତ୍ରୀ ରତନ ଲାଲ ନାଥ କହିଛନ୍ତି। ରାଜ୍ୟରେ ଦୁର୍ଗମ ଅଞ୍ଚଳରେ ଇଣ୍ଟରନେଟ କିମ୍ବା କେବୁଲ ଟିଭି ନେଟଓ୍ବାର୍କ ଉପଲବ୍ଧ ନ ଥିଲେ ମଧ୍ୟ ସବୁ ଲୋକଙ୍କ ପାଖରେ ଫୋନ ରହିଛି। ତେଣୁ ଯେଉଁମାନଙ୍କ ପାଖରେ ସ୍ମାର୍ଟ ଫୋନ ରହିଛି ସେମାନେ ହ୍ବାଟସ୍‌ ଆପ୍‌ ଓ ଅନ୍ୟମାନଙ୍କୁ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ଶିକ୍ଷାଦାନ କରାଯିବ ବୋଲି ରତନ ଲାଲ ସୂଚନା ଦେଇଛନ୍ତି। ପ୍ରତିଦିନ ସକାଳେ ପିଲାଙ୍କୁ ପାଠପଢ଼ା ଓ ହୋମ୍‌ ଓ୍ବାର୍କ ଦିଆଯିବାକୁ ଥିବା ବେଳେ ଦ୍ୱିପ୍ରହରରେ ସେମାନଙ୍କ କାର୍ଯ୍ୟଦକ୍ଷତା ଉପରେ ମତାମତ ନିଆଯିବ। ଏଥିପାଇଁ ସମସ୍ତ ଜିଲାର ଶିକ୍ଷୟତ୍ରୀ ଓ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri