Posted inଜାତୀୟ

ତ୍ରିପୁରା ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୁରେଶୀ

ଅଗରତାଲା,୧୭ା୧୧ (ଆଇଏଏନ୍‌ଏସ୍‌): ତ୍ରିପୁରା ହାଇକୋର୍ଟର ପଞ୍ଚମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଅକିଲ ଅବଦୁଲ ହମିଦ କୁରେଶୀ ଶନିବାର ଶପଥ ନେଇଛନ୍ତି। ସେ ପୂର୍ବରୁ ଗୁଜରାଟ ଓ ବମ୍ବେ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରିଥିଲେ। ରାଜଭବନର ଦରବାର ହଲ୍‌ରେ ଅନୁଷ୍ଠିତ ଏକ ନିରାଡମ୍ବର ଉତ୍ସବରେ ରାଜ୍ୟପାଳ ରମେଶ ବାଏସ୍‌ ନୂଆ ମୁଖ୍ୟ ବିଚାରପତିଙ୍କୁ ଶପଥପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବ, ଉପମୁଖ୍ୟମନ୍ତ୍ରୀ ଜିଷ୍ଣୁ ଦେବ ବର୍ମା, ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟ, ଦୁଇଜଣ ବିଚାରପତି, ବିଭିନ୍ନ ଦଳର ନେତା, ବରିଷ୍ଠ ପୋଲିସ ଓ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟ ବିଚାରପତି ନିଯୁକ୍ତିକୁ ଆଇନ ମନ୍ତ୍ରଣାଳୟର ନ୍ୟାୟ ବିଭାଗ ୬ ମାସରୁ ଊର୍ଦ୍ଧ୍ୱ ପକାଇରଖିବା ପରେ ଜଷ୍ଟିସ୍‌ କୁରେଶୀଙ୍କୁ ଏହି ପଦରେ ନିଯୁକ୍ତି ନେଇ ଗତ ସପ୍ତାହରେ ବିଜ୍ଞପ୍ତି ଜାରି କରିଥିଲା। ଭାରତର ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ସୁପ୍ରିମକୋର୍ଟ କଲେଜିୟମ ଗତ ମେ ମାସରେ ଜଷ୍ଟିସ୍‌ କୁରେଶୀଙ୍କୁ ମଧ୍ୟପ୍ରଦେଶ ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବାକୁ ସୁପାରିସ କରିଥିଲା। ତେବେ ନ୍ୟାୟ ବିଭାଗ ଏହାକୁ ଅନୁମୋଦନ କରି ନ ଥିଲା। ସେପ୍ଟେମ୍ବର ୨୦ରେ କଲେଜିୟମ ଏହାର ସୁପାରିସ୍‌ରେ ପରିବର୍ତ୍ତନ କରି ଜଷ୍ଟିସ୍‌ କୁରେଶୀଙ୍କୁ ତ୍ରିପୁରା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ଦେବା ଲାଗି ଅନୁମୋଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri