ତ୍ରିରଙ୍ଗା ତଳେ ସଭିଏଁ ଏକାଠି

ପରଜଙ୍ଗ, ୧୫।୮( ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ଗୁରୁବାର ଆଡମ୍ବରପୂର୍ଣ୍ଣ ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ତ୍ରିରଙ୍ଗା ତଳେ ସମସ୍ତେ ଏକାଠି ହୋଇ ଦେଶଭକ୍ତିର ସ୍ବରରେ ମିଳାଇଥିଲେ ସ୍ବର।
ବ୍ଲକ କାର୍ଯ୍ୟାଳୟରେ ବ୍ଲକ ଅଧ୍ୟକ୍ଷ ଅକ୍ଷୟ ବେହେରା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଅନ୍ୟତମ ଅତିଥି ଭାବେ ବିଡିଓ ବସନ୍ତ କୁମାର ମଲ୍ଲିକ, ଏବିଡିଓ ଅଶୋକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ମାଜିଷ୍ଟ୍ରେଟ୍‌ ଲୋକନାଥ ମିଶ୍ର ପତାକା ଉତ୍ତୋଳନ କରିଥିଲେ। ଓକିଲ ସଂଘ ସଭାପତି ଅଶୋକ ଦଳବେହେରା, ସମ୍ପାଦକ ବେଣୁଧର ସାହୁଙ୍କ ସମେତ ବହୁ ଆଇନଜୀବୀ ଉପସ୍ଥିତ ଥିଲେ। ଏହି ଉପଲକ୍ଷେ ଚାରାରୋପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ତହସିଲ କାର୍ଯ୍ୟାଳୟରେ ତହସିଲଦାର ଜୟନ୍ତ କୁମାର ଜୟସିଂ, ଥାନାରେ ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌, ଗାଡି ମାଲିକ ସଂଘ କାର୍ଯ୍ୟାଳୟରେ ଅଶୋକ ସୁବାହୁସିଂ, ମହାବିରୋଡ ରେଞ୍ଜ କାର୍ଯ୍ୟାଳୟରେ ରେଞ୍ଜର ହରମୋହନ ନାୟକ ପତାକା ଉତ୍ତୋଳନ କରିଥିଲେ। ଅନୁରୂପ ଭାବେ ଅଗ୍ନିଶମ କାର୍ଯ୍ୟାଳୟ, ସବ୍‌ରେଜିଷ୍ଟାର କାର୍ଯ୍ୟାଳୟ ସମେତ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଜାକ୍‌ଜମକର ସହ ସ୍ବାଧୀନତା ଦିବସ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri