Posted inଖେଳ

ତ୍ରିରାଷ୍ଟ୍ରୀୟ ଟି୨୦: ବାଂଲାଦେଶ- ଆଫଗାନିସ୍ତାନ ଫାଇନାଲ

ଚିଟ୍ଟାଗଙ୍ଗ,୧୯।୯(ଏଏଫପି)- ଏଠାରେ ଚାଲିଥିବା ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଆସନ୍ତା ମଙ୍ଗଳବାର ଫାଇନାଲ ମୁକାବିଲାରେ ଆୟୋଜକ ବାଂଲାଦେଶ ଓ ଆଫଗାନିସ୍ତାନ ପରସ୍ପରକୁ ଭେଟିବେ। ଅନ୍ୟତମ ଦଳ ଜିମ୍ବାଓ୍ବେ ତା’ର ଅନ୍ତିମ ମ୍ୟାଚ୍‌ରେ ଶୁକ୍ରବାର ଆଫଗାନିସ୍ତାନକୁ ଭେଟିବ। ବୁଧବାର ଅନୁଷ୍ଠିତ ସିରିଜର ଚତୁର୍ଥ ମ୍ୟାଚ୍‌ରେ ବାଂଲାଦେଶ ୩୯ ରନରେ ଜିମ୍ବାଓ୍ବେକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଟସ୍‌ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା ବାଂଲାଦେଶ ୭ ଉଇକେଟ ହରାଇ ୧୭୫ ରନ ସଂଗ୍ରହ କରିଥିଲା। ଜବାବରେ ଜିମ୍ବାଓ୍ବେ ୨୦ ଓଭରରେ ୧୩୬ ରନ କରି ଅଲଆଉଟ ହୋଇ ପରାଜୟ ବରଣ କରିଛି। ୪୧ ବଲରୁ ୧ ଚୌକା ଓ ୫ ଛକା ସହ ୬୨ ରନର ଦ୍ରୁତ ପାଳି ଖେଳିଥିବା ବାଂଲାଦେଶ ଅଭିଜ୍ଞ ବ୍ୟାଟ୍ସମ୍ୟାନ ମହମୁଦୁଲ୍ଲା ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୭୬ ରନ ଟାର୍ଗେଟର ପିଛା କରିଥିବା ଜିମ୍ବାଓ୍ବେ ପକ୍ଷରୁ ରିଚ୍‌ମଣ୍ଡ ମୁଟୁମ୍ବାମି ସର୍ବାଧିକ ୫୪, ଅଧିନାୟକ ହାମିଲଟନ ମାସାକାଜା ୨୫, କାଏଲ ଜାର୍ଭିସ ୨୭ ରନ ସଂଗ୍ରହ କରିଥିଲେ। ବୋଲିଂରେ ବାଂଲାଦେଶର ଶଫିଉଲ ଇସ୍‌ଲାମ ୩, ମୁସ୍ତାଫିଜୁର ରହମାନ ଓ ଅମିନୁଲ ଇସ୍‌ଲାମ ୨ଟି ଲେଖାଏ, ମହମ୍ମଦ ସୈଫୁଦ୍ଦିନ ଓ ସାକିବ ଅଲ ହାସଲ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ତରଫରୁ ମହମୁଦୁଲ୍ଲା ସର୍ବାଧିକ ୬୨, ଲିଟନ ଦାସ ୩୮, ମୁସ୍‌ଫିକର ରହିମ ୩୨ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ଜିମ୍ବାଓ୍ବେ ପକ୍ଷରୁ ବୋଲିଂରେ ଜାର୍ଭିସ ୩, କ୍ରିସ୍‌ ମୋଫୁ ୨, ରିୟାନ ବୁର୍ଲ ଓ ଟିନୋଟେଣ୍ଡା ମୁଟୋମ୍ବୋଜି ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ୨୦ ଓଭରରେ ୧୭୫/୭
(ମହମୁଦୁଲ୍ଲା- ୬୨, ଲିଟନ- ୩୮, ମୁସ୍‌ଫିକର-୩୨, ଜାର୍ଭିସ- ୩/୩୨, ମୋଫୁ- ୨/୪୨)।
ଜିମ୍ବାଓ୍ବେ ୨୦ ଓଭରରେ ୧୩୬ ଅଲଆଉଟ୍‌
(ମୁଟୁମ୍ବାମି- ୫୪, ଜାର୍ଭିସ- ୨୭, ମାସାକାଜା- ୨୫, ଶଫିଉଲ- ୩/୩୬, ମୁସ୍ତାଫିଜୁର- ୨/୩୮, ଅମିନୁଲ- ୨/୧୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ କି ଟିମ୍‌ ଇଣ୍ଡିଆ? ବିସିସିଆଇ ନେଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ନୂଆଦିଲ୍ଲୀ,୭।୫: ଆସନ୍ତା ବର୍ଷ ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି।...

ଜୁନିୟର ମହିଳା ହକି ଦଳରେ ଓଡ଼ିଶାର ୪

ନୂଆଦିଲ୍ଲୀ,୭ା୫ (ପି.ଟି.): ମେ ୨୧ରୁ ୨୯ ପର୍ଯ୍ୟନ୍ତ ୟୁରୋପ ଟୁର୍‌ ପାଇଁ ହକି ଇଣ୍ଡିଆ ସୋମବାର ୨୨ଜଣିଆ ଭାରତୀୟ ମହିଳା ଦଳ ଘୋଷଣା କରିଛି। ଏଥିରେ...

ଧର୍ମଶାଳାରେ ଭାରତର ପ୍ରଥମ ହାଇବ୍ରିଡ ପିଚ୍‌

ଧର୍ମଶାଳା,୭।୫(ପି.ଟି.): ଭାରତର ସର୍ବପ୍ରଥମ ହାଇବ୍ରିଡ ପିଚ୍‌ ଧର୍ମଶାଳା କ୍ରିକେଟ ଷ୍ଟାଡିୟମରେ ଉଦ୍‌ଘାଟିତ ହୋଇଛି। ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ (ଏଚ୍‌ପିସିଏ) ପକ୍ଷରୁ ସୋମବାର ଏହି କାର୍ଯ୍ୟକ୍ରମ...

କ୍ୱାର୍ଟର ଫାଇନାଲରେ ସହିଦ ସ୍ପୋର୍ଟିଂ

ଭୁବନେଶ୍ୱର, ୭।୫ (ତପନ ସ୍ବାଇଁ): ପାରାମାଉଣ୍ଟ ସ୍ପୋର୍ଟିଂ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୬ଷ୍ଠ ଅରବିନ୍ଦ ସ୍ମାରକୀ ୧୬ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟର...

ନୋରିସଙ୍କୁ ପ୍ରଥମ ଫର୍ମୁଲା ଓ୍ବାନ ସଫଳତା

ମାୟାମି ଗାର୍ଡେନ୍ସ, ୭ା୫: ବିଶ୍ୱ ଚାମ୍ପିୟନ ତଥା ରେଡ୍‌ବୁଲର ମାକ୍ସ ଭର୍ଷ୍ଟାପେନ୍‌ଙ୍କୁ ୭ ସେକେଣ୍ଡ ପଛରେ ପକାଇ ଲାଣ୍ଡୋ ନୋରିସ ଏଠାରେ ମାୟାମି ଗ୍ରଁା ପ୍ରି...

ମହମ୍ମଦ ଆମିରଙ୍କୁ ମିଳୁନି ଭିଜା: ସମସ୍ୟାରେ ପାକିସ୍ତାନ କ୍ରିକେଟ ବୋର୍ଡ

ଲାହୋର,୬ା୫: ମହମ୍ମଦ ଆମିରଙ୍କ ଲାଗି ଭିଜା ସମସ୍ୟା ଦେଖା ଦେଇଛି। ଫଳରେ ଆୟର୍ଲାଣ୍ଡରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଖେଳିବା ଲାଗି ମଙ୍ଗଳବାର ପାକିସ୍ତାନ...

ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଚାଲିଛି ଆଗ-ପଛ: ଜାଣନ୍ତୁ କିଏ ଅଛନ୍ତି ଶୀର୍ଷରେ

ନୂଆଦିଲ୍ଲୀ,୬।୫:ଇଣ୍ଡିଆନ ପ୍ରିମିୟର ଲିଗର ୧୭ତମ ସିଜନରେ ପଏଣ୍ଟ ଟେବୁଲରେ କୋଲକାତା ନାଇଟ ରାଇଡର୍ସ ଭଲ ପ୍ରଦର୍ଶନ କରୁଛନ୍ତି। କେକେଆର ଟେବୁଲରେ ଭଲ ପ୍ରଦର୍ଶନ କରିବାରେ ସକ୍ଷମ...

କ୍ରିକେଟ୍‌ ଖେଳୁଥିବାବେଳେ ପ୍ରାଇଭେଟ୍‌ ପାର୍ଟରେ ବାଜିଲା ବଲ୍‌: ପଡ଼ିଆରେ ଚାଲିଗଲା ଜୀବନ

ନୂଆଦିଲ୍ଲୀ,୬।୫: ଆଜିକାଲି ଯୁବବର୍ଗଙ୍କୁ କ୍ରିକେଟ୍‌ ନିଶା ଘାରିଛି। କ୍ରିକେଟ୍‌ ଦେଖିବା ଏବଂ ଖେଳିବାକୁ ମଜା ଲାଗିଥାଏ। ବେଳେବେଳେ ଏହି ଖେଳ ବିପଜ୍ଜନକ ପ୍ରମାଣିତ ହୁଏ। କ୍ରିକେଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri