ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ମହିଳାଙ୍କ ମୃତ୍ୟୁ

ଔପଦା, ୨୧।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ରାଏରାମଚନ୍ଦ୍ରପୁର ପଞ୍ଚାୟତ ସୋରିଷପାଳ ଗ୍ରାମର ଅନ୍ନପୂର୍ଣ୍ଣା ପାଢ଼ୀ (୧୮) ନାମ୍ନୀ ମହିଳା ପରିବାର ନିୟୋଜନ ଅସ୍ତ୍ରୋପଚାର କରିବାକୁ ଯାଇ ପ୍ରାଣ ହରାଇଛନ୍ତି। ଅସ୍ତ୍ରୋପଚାର ସମୟରେ ମହିଳାଙ୍କର ଖାଦ୍ୟ ନଳୀ କାଟି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ଗିରଫ କରିବାକୁ ପରିବାର ଲୋକେ ଅଡିବସିଥିଲେ। ପରିବାର ଲୋକଙ୍କ ସହ ଗ୍ରାମବାସୀ ଔପଦା ଡାକ୍ତରଖାନା ଆଗରେ ଧାରଣାରେ ବସି ୧୦ଲକ୍ଷ ଟଙ୍କା ସରକାରୀ ସହାୟତା ପ୍ରଦାନ ଏବଂ ତାଙ୍କ ଦୁଇ କନ୍ୟା ସନ୍ତାନଙ୍କ ଦାୟିତ୍ୱ ସରକାର ବହନ କରିବା ଲାଗି ଦାବି କରିଥିଲେ। ଏହାକୁ ନେଇ ଔପଦା ବଜାରରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଜିଲା ପରିବାର ନିୟୋଜନ ଅଧିକାରୀ ପରେଶ ଚନ୍ଦ୍ର ମହାନ୍ତି, ଡିପିଏଚ୍‌ସିଓ ନରେଶ ଚନ୍ଦ୍ର ଦାସ, ଜିଲା ଯକ୍ଷ୍ମାଧିକାରୀ ଗିରିଶ ଚନ୍ଦ୍ର ପତି ଓ ଈଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୈଳାସ ଚନ୍ଦ୍ର ବେହେରା, ଔପଦା ତହସିଲଦାର ତଥା ବିଡ଼ିଓ ପିତାମ୍ବର ଭୋଇ, ଔପଦା ଥାନାଧିକାରୀ ପ୍ରଶାନ୍ତ କୁମାର ଜେନା ପ୍ରମୁଖ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା ସହାୟତା ଓ ରେଡକ୍ରସ ପକ୍ଷରୁ ୧୦ ହଜାର ଦେବା ଲାଗି ପ୍ରତିଶ୍ରୁତି ଦେବା ପରେ ଲୋକେ ଧାରଣାରୁ ହଟିଥିଲେ।
ଅନ୍ନପୂର୍ଣ୍ଣା ପରିବାର ନିୟୋଜନ ଅସ୍ତ୍ରୋପଚାର ଲାଗି ଈଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (ସିଏଚ୍‌ସି)ରେ ଭର୍ତ୍ତି ହୋଇଥିଲେ। ଗତ ୧୫ ତାରିଖରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ଏହାପରେ ସେ ଘରକୁ ଫେରିଥିଲେ। ଘରେ ତାଙ୍କର ବାରମ୍ବାର ବାନ୍ତି ହେବାରୁ ପ୍ରଥମେ ସୋର ଓ ପରେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଯାଇଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଅନ୍ନପୂର୍ଣ୍ଣାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଇସିୟୁରେ ଥିବା ବେଳେ ଶୁକ୍ରବାର ରାତି ୨ଟା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଖବର ଜାଣିବା ପରେ ତାଙ୍କ ସ୍ବାମୀ ଗଜେନ୍ଦ୍ର ଘରେ ୨ ଝିଅର ଭବିଷ୍ୟତ ନେଇ ଭାଙ୍ଗି ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri