ତ୍ୟାଗ, ଆଦର୍ଶର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ଗୋପବନ୍ଧୁ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିଜ ଜୀବନ ଓ ପରିବାରକୁ ବାଜି ଲଗାଇ ଦୁଃଖୀଦରିଦ୍ରଙ୍କ ସେବା କରିବାକୁ ଆଗେଇ ଆସିଥିଲେ। ଓଡ଼ିଶାର ସ୍ବାର୍ଥ, ଓଡ଼ିଆ ଭାଷା, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଗ୍ରାମ କରିବା ସହ ଦେଶର ସ୍ବାଧୀନତା ସଂଗ୍ରାମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ। ଗୋପବନ୍ଧୁଙ୍କ ପ୍ରଦର୍ଶିତ ସେବା, ତ୍ୟାଗ ଓ ଆଦର୍ଶର ଚଲାପଥରେ ଚାଲିବାକୁ ଆଜିର ଯୁବପିଢ଼ି ଓ ଜନସାଧାରଣଙ୍କୁ ଆହ୍ବାନ ଦେଇଛନ୍ତି ଜଳସମ୍ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ। ବୁଧବାର ସୂଚନା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୨ତମ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ମନ୍ତ୍ରୀ କହିଥିଲେ, ଶିକ୍ଷାଠାରୁ ରାଜନୀତି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ ଗୋପବନ୍ଧୁ ଓଡ଼ିଶାର ନେତୃତ୍ୱ ନେଇଥିଲେ। ଗୋପବନ୍ଧୁଙ୍କ ଜୀବନ ଓ ଆଦର୍ଶ ସଂପର୍କରେ ଅଧିକରୁ ଅଧିକ ଆଲୋଚନା ହେଲେ ତାଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଓଡ଼ିଶାର ବିକାଶ ପଥରେ ସମସ୍ତେ ସାମିଲ ହୋଇପାରିବେ ବୋଲି ମନ୍ତ୍ରୀ ଦାସ କହିଥିଲେ।
ଉତ୍ସବରେ ସମ୍ମାନିତ ଅତିଥିଭାବେ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଯୋଗଦେଇ କହିଥିଲେ, ଗୋପବନ୍ଧୁଙ୍କ ପାଇଁ ଆଜି ସତ୍ୟବାଦୀ ବିଶ୍ୱ ଦରବାରରେ ପରିଚିତ। ବନ୍ୟାରେ ଭୋକ ଉପାସରେ ରହୁଥିବା ଗରିବ ଲୋକମାନଙ୍କ ପାଇଁ ଚୁଡ଼ା,ଚାଉଳ ଭିକ୍ଷା କରି ବାଣ୍ଟୁଥିବା ଗୋପବନ୍ଧୁ ସେବାର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ। ଗୋପବନ୍ଧୁଙ୍କ ନୀତି ଓ ଆଦର୍ଶରେ ପରିଚାଳିତ ହେବାକୁ ସେ ଅନ୍ୟମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟବକ୍ତା ଭାବେ ଅଧ୍ୟାପକ ବିଶ୍ୱରଞ୍ଜନ ଯୋଗଦେଇ ଉତ୍କଳମଣିଙ୍କ ସ୍ବାଧୀନତା ସଂଗ୍ରାମ, ଦୁଃସାହସିକ ଜୀବନଯାତ୍ରାର କାହାଣୀ ସଂପର୍କରେ ବିଶଦଭାବେ ଆଲୋଚନା କରିଥିଲେ। ଶିକ୍ଷା, ସାହିତ୍ୟ, ସାମ୍ବାଦିକତା, ସମାଜ ସଂସ୍କାର ଆଦି କ୍ଷେତ୍ରରେ ସେ ଯେଉଁ ଉଲ୍ଲେଖନୀୟ ଅବଦାନ ଦେଇଯାଇଛନ୍ତି, ତାହା ଯୁଗ ଯୁଗ ଧରି ଓଡ଼ିଆ ଜାତି ଓ ଦେଶକୁ ପ୍ରେରଣା ଯୋଗାଉଥିବ ବୋଲି ସେ କହିଥିଲେ। ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ସ୍ବାଗତ ଭାଷଣ ଦେଇଥିବାବେଳେ ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଅବସରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ଆୟୋଜିତ ବକ୍ତୃତା ଓ ସଂଗୀତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା। ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଧନ୍ୟବାଦ ଅର୍ପଣ କରିବା ପରେ କଳାକାରମାନଙ୍କ ଦ୍ୱାରା ଦେଶାତ୍ମବୋଧକ ସଂଗୀତ ଓ ଭଜନ ପରିବେଷଣ କରାଯାଇଥିଲା। ସକାଳେ ଗୋପବନ୍ଧୁ ଛକରେ ଥିବା ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri