ତ୍ୱଚା ପାଇଁ ଗୁଡ଼

ଗୁଡ଼ ଖାଇବା ନା କେବଳ ସ୍ବାସ୍ଥ୍ୟ ପକ୍ଷେ ହିତକର ବରଂ ଏହା ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ମଧ୍ୟ ବେଶ୍‌ ଉପକାରୀ। ତେଣୁ ସୌନ୍ଦର୍ଯ୍ୟ ଉପଚାର ଲାଗି ଏହାକୁ କିପରି ବ୍ୟବହାର  କରିବେ ଜାଣି ରଖନ୍ତୁ ଟିପ୍ସ…

ଦୂର କରେ ଦାଗ: ମୁହଁର ଦାଗ ଦୂର କରିବା ପାଇଁ ୧ ଚାମଚ ଗୁଡ଼ ସହିତ ୧ ଚାମଚ ଟମାଟୋ ରସ, ଅଳ୍ପ ଲେମ୍ବୁ ରସ ଓ ଅଳ୍ପ ହଳଦୀ ନେଇ ଭଲଭାବେ ମିଶାନ୍ତୁ। ଏହି ପ୍ୟାକ୍‌କୁ ମୁହଁରେ ଲଗାଇ ୧୫ ମିନିଟ୍‌ ରଖିବା ପରେ ଧୋଇ ଦିଅନ୍ତୁ।
ତ୍ୱଚାକୁ କରେ ରିଙ୍କଲ୍‌ ଫ୍ରି: ୧ ଚାମଚ ଚା ପତିକୁ ଅଳ୍ପ ପାଣିରେ ଭଲ ଭାବେ ଫୁଟା ଦିଅନ୍ତୁ ଏବଂ ଏକ ପାତ୍ରରେ ଛାଣି ଦିଅନ୍ତୁ। ସେଥିରେ ଏକ ଚାମଚ ଗୁଣ୍ଡଗୁଡ଼, ୧ ଚାମଚ ଅଙ୍ଗୁର ରସ, ଅଳ୍ପ ହଳଦୀ ଓ ଗୋଲାପ ଜଳକୁ ଭଲ ଭାବେ ମିଶାଇ ଫେସ୍‌ ପ୍ୟାକ ତିଆରି କରନ୍ତୁ। ଏହି ପ୍ୟାକକୁ ୨୦ ମିନିଟ୍‌ ପର୍ଯ୍ୟନ୍ତ ମୁହଁରେ ଲଗାଇ ରଖିବା ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ। ନିୟମିତ ସମୟ ଅନ୍ତରାଳରେ ଏପରି କରିବା ଦ୍ୱାରା ତ୍ୱଚାରେ ଦେଖା ଯାଉଥିବା କୁଞ୍ଚନ ବା ରିଙ୍କଲ୍‌ ମାର୍କ ଦୂର ହେବା ସହ ତ୍ୱଚା ଅଧିକ ଉଜ୍ଜ୍ୱଳ ଦେଖାଯାଇଥାଏ।
କେଶକୁ କରେ ମଜଭୁତ: କେଶ ଝଡ଼ିବା କିମ୍ବା ଡ୍ରାଏ ହେବା ଭଳି ସମସ୍ୟା ଥିଲେ ଏକ ପାତ୍ରରେ ଅଳ୍ପ ଗୁଡ, ମୁଲତାନୀ ମାଟି, ଦହି ଏବଂ ପାଣି ମିଶାଇ ପ୍ୟାକ୍‌ ପ୍ରସ୍ତୁତ କରନ୍ତୁ। ଏହାକୁ କେଶରେ ମୂଳରୁ ଅଗ ପର୍ଯ୍ୟନ୍ତ ଭଲ ଭାବେ ଲଗାଇ ଅଧଘଣ୍ଟାରୁ ଏକ ଘଣ୍ଟା ପର୍ଯ୍ୟନ୍ତ ରଖିବା ପରେ ଭଲ ଭାବେ ଧୋଇ ଦିଅନ୍ତୁ। ଏଥିପାଇଁ ମାଇଲ୍ଡ ଶ୍ୟାମ୍ପୁ ବ୍ୟବହାର କରିପାରିବେ। ଏହି ପ୍ୟାକ୍‌ କେଶ ଝଡ଼ିବା ବନ୍ଦ କରିବା ସହ ଏହାକୁ ନରମ ଏବଂ ଉଜ୍ଜ୍ୱଳ କରିବାରେ ସାହାଯ୍ୟ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ସ୍ତ୍ରୀ ଙ୍କୁ ହତ୍ୟା ଉଦ୍ୟମ, ମୁହଁରେ ତକିଆ ଚାପିଥିବା ଅଭିଯୋଗ : ସ୍ବାମୀ ଗଲେ ଜେଲ                                        

ଦିଗପହଣ୍ଡି,୨୫|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଖଜୁରୀପଲ୍ଲୀ ଗ୍ରାମର ପୁଷ୍ପା ସେଠୀ(୨୭) ଙ୍କୁ ଅଧିକା ଯୌତୁକ ପାଇଁ ଶାରୀରିକ ଓ ମାନସିକ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆଧ୍ୟାତ୍ମିକ ପରିବେଶରେ ଥୁଆମୂଳ ରାମପୁର ବ୍ଲକରେ ବାହୁଡ଼ା ଯାତ୍ରା ସମ୍ପନ୍ନ: ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିଲେ…

ଥୁଆମୂଳ ରାମପୁର,୨୫।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ ମହାପ୍ରଭୁ…

ଧାନ ବିଲରେ ପଶିଲା କାର :୩୨୬ ନମ୍ବର ଜାତୀୟ ରାଜପଥରେ…

ମୋହନା,୨୫।୭(ମନ୍ମଥ ମିଶ୍ର): ଦୁଇ ଦିନର ଛୁଟି କାଟି ରାୟଗଡ଼ା ଜିଲାର ପଦ୍ମପୁରରୁ ଏକ କାର୍‌ (ଓଡି–୦୭–ଏଏଫ୍–୭୯୯୬) ଯୋଗେ ବ୍ରହ୍ମପୁର ଫେରୁଥିବା ବେଳେ ଗଜପତି ଜିଲା ଅଡବା ଥାନା…

Dharmendra Pradhan Resign: କ’ଣ AAP ପରି ରାଜନୀତି ମଇଦାନକୁ ଓହ୍ଲାଇବ CJP? ପ୍ରେସ କନଫରେନ୍ସରେ କଲା ବଡ଼ ଘୋଷଣା

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା କକରୋଚ ଜନତା ପାର୍ଟି (CJP) ଏବଂ ଭାରତର ଯୁବ ଆନ୍ଦୋଳନଗୁଡ଼ିକ ପାଇଁ ଏକ ଐତିହାସିକ ଓ ଅଭୂତପୂର୍ୱ ବିଜୟ। ତଥାପି, CJPର ‘ଆମ…

CJP ମୁଖ୍ୟ ଅଭିଜିତ ଦୀପକେଙ୍କ ଘରୁ ଆସିଲା ଭାବାବେଗ ଭରା ଦୃଶ୍ୟ: ଏମିତି କହି ଭୋ ଭୋ ହୋଇ କାନ୍ଦିଲେ…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଶନିବାର ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଶେଷରେ Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋସିଆଲ ମିଡିଆରେ ଏକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

ଶିକ୍ଷା ମନ୍ତ୍ରୀରୁ ଇସ୍ତଫା ପରେ କ’ଣ ବନ୍ଦ ହୋଇଯିବ ଧର୍ମେନ୍ଦ୍ର ପ୍ରଧାନଙ୍କ ଦରମା? ଜଣାପଡିଲା…

ନୂଆଦିଲ୍ଲୀ,୨୫।୭: NEET-UG ୨୦୨୬ ପରୀକ୍ଷାକୁ ନେଇ ସାରା ଦେଶରେ ଦେଖାଦେଇଥିବା ବିବାଦ ଏବଂ ଛାତ୍ରମାନଙ୍କ ଆନ୍ଦୋଳନ ମଧ୍ୟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ପଦରୁ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri