ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ ପରିସରରେ ରହିଥିବା ଆଉକିଛି ସରକାରୀ କ୍ବାର୍ଟର୍ସ ଖୁବଶୀଘ୍ର ଖାଲି କରାଯିବ। ଏଥିସହିତ ସମ୍ପ୍ରସାରଣ ପାଇଁ ବିଭିନ୍ନ ବିଭାଗ ଅଧୀନରେ ଥିବା କ୍ବାର୍ଟର୍ସକୁ ଆସନ୍ତା ଜୁଲାଇ ୭ ସୁଦ୍ଧା ଖାଲିକରିବା ଓ ଜବରଦଖଲ ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରାଯିବା ଉପରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆର୍‌ଡିସି) ଅନିଲ କୁମାର ସାମଲ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆର୍‌ଡିସି ସାମଲ ବଡ଼ ମେଡିକାଲ ସମ୍ପ୍ରସାରଣ ଅଗ୍ରଗତି କାର୍ଯ୍ୟରେ ସମୀକ୍ଷା କରିବା ସହିତ ଯେଉଁମାନେ ନିର୍ଦ୍ଧାରିତ ତାରିଖ ସୁଦ୍ଧା ଅଫିସ ଓ କ୍ୱାର୍ଟର୍ସ ଖାଲି ନ କରିବେ ସେମାନଙ୍କୁ ପାଣି ଓ ବିଦ୍ୟୁତ୍‌ ବନ୍ଦ କରିଦିଆଯିବ ବୋଲି ସେ କହିଥିଲେ। ସେହିପରି ସୁଇପର କଲୋନୀ ଓ ବେହେରା କଲୋନୀବାସୀଙ୍କ ସହିତ ଆଲୋଚନା କରି ଖୁବ୍‌ଶୀଘ୍ର ସେମାନଙ୍କୁ ପୁନର୍ବାସ ଓ ଥଇଥାନ କରାଯିବ। ବଡ ମେଡିକାଲ ସମ୍ପ୍ରସାରଣ କରାଯିବା ପରିପ୍ରେକ୍ଷୀରେ ଯେଉଁମାନେ ଅନଧିକାରଭାବେ ଜବରଦଖଲ କରି ରହିଛନ୍ତି ସେମାନଙ୍କୁ ସେହିସ୍ଥାନ ଖାଲିକରିବା ପାଇଁ କ୍ଷତିପୂରଣ ବାବଦରେ ସରକାରଙ୍କ ତରଫରୁ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିବା ଜିଲାପାଳ ଭବାନୀ ଶଙ୍କର ଚୟନୀ ଏହି ସମୀକ୍ଷା ବୈଠକରେ ପ୍ରକାଶ କରିଥିଲେ। ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ ନିମନ୍ତେ ମେଡିକାଲ ନିକଟ ତାଳଦଣ୍ଡା କେନାଲ ଉଭୟ ପାଶର୍‌ବ ରାସ୍ତା କାର୍ଯ୍ୟକୁ ତ୍ୱରାନ୍ବିତ ପାଇଁ ପୂର୍ତ୍ତ ଡିଭିଜନ ନଂ. ୧କୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସିଏମ୍‌ସି କମିଶନର ଅନନ୍ୟା ଦାସ, ପୂର୍ତ୍ତବିଭାଗ ଅଧ୍ୟକ୍ଷଣ ଯନ୍ତ୍ରୀ ତାରାପ୍ରସାଦ ମିଶ୍ର, ରାଜସ୍ବ ଆୟୁକ୍ତଙ୍କ ସଚିବ ଧନଞ୍ଜୟ ହେମ୍ରମ, ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ପର୍ତ୍ତବିଭାଗ ନିର୍ବାହୀ ଯନ୍ତ୍ରୀ ଏମ. ଆର. ଖାନ୍‌ଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?