ତ୍ୱରାନ୍ବିତ ହେବ ରଥ ନିର୍ମାଣ କାର୍ଯ୍ୟ: ସମସ୍ତ ମହାରଣା, ସେବାୟତଙ୍କ ହେବ ସ୍ବାସ୍ଥ୍ୟ ପରୀକ୍ଷା

ପୁରୀ ଅଫିସ,୮।୫: ରଥ ନିର୍ମାଣ କାର୍ଯ୍ୟକୁ କିଭଳି ତ୍ୱରାନ୍ବିତ କରାଯିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ରଥ କାର୍ଯ୍ୟରେ ନିୟୋଜିତ ସେବାୟତମାନେ କିଭଳି ସୁରୁଖୁରୁରେ ରଥ ନିର୍ମାଣ କରିବେ ତା ଉପରେ ଗୁରୁତ୍ୱ ଦେଉଛି ପ୍ରଶାସନ। ଆବଦ୍ଧାଞ୍ଚଳ ମଧ୍ୟରେ ରଥ ନିର୍ମାଣ ହେବ। ଏଥିରେ ନିୟୋଜିତ ପ୍ରାୟ ୧୫୦ରୁ ଅଧିକ ମହାରଣା ଏବଂ ଭୋଇ ସେବକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସମସ୍ତଙ୍କୁ ରଥକାର୍ଯ୍ୟ ଶେଷ ପର୍ଯ୍ୟନ୍ତ ଦୁଇଟି ଭକ୍ତ ନିବାସରେ ରଖାଯିବ। ସେଠାରେ ସେମାନଙ୍କ ଖାଦ୍ୟପେୟ ବ୍ୟବସ୍ଥା ମଧ୍ୟ ହେବ। ଭକ୍ତନିବାସରୁ ସେମାନଙ୍କୁ ବସ୍‌ ଯୋଗେ ରଥଖଳାରେ ପହଞ୍ଚାଯିବ। ଏସବୁ ପ୍ରସ୍ତାବ ରଥକାର୍ଯ୍ୟରେ ନିୟୋଜିତ ମହାରଣା, ଭୋଇ ସେବକମାନଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଦେଇଛି ବୋଲି ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଶୁକ୍ରବାର ସୂଚନା ଦେଇଛନ୍ତି। ଏଥିସହ ଲକ୍‌ଡାଉନ୍‌ ଗାଇଡ୍‌ଲାଇନ୍‌କୁ ମାନି ଯେପରି ରଥ ନିର୍ମାଣ କରିବେ ସେନେଇ ସମସ୍ତଙ୍କୁ ସଚେତନ କରାଯିବ ବୋଲି ସେ ମଧ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri