ଥଇଥାନ୍‌ ଦାବିରେ ବ୍ୟବସାୟୀ ଅଟଳ: ଫେରିଲା ଉଚ୍ଛେଦକାରୀ ଟିମ୍‌

କଟକରୋଡ଼,୨।୧୨(ଡି.ଏନ୍‌.ଏ.): ଥଇଥାନ ଦାବିରେ ବ୍ୟବସାୟୀ ଅଟଳ, ଉଚ୍ଛେଦକାରୀ ଟିମ୍‌କୁ ଲୋକଙ୍କ ବିରୋଧ ପରେ ଅଧିକାରୀମାନଙ୍କୁ ଫେରିବାକୁ ପଡ଼ିଛି। ସୋମବାର ଏଭଳି ଏକ ଘଟଣା ଘଟିଛି ଲକ୍ଷ୍ମୀସାଗର ଅଞ୍ଚଳରେ।
ସୂଚନାନୁଯାୟୀ, ଲକ୍ଷ୍ମୀସାଗର ହାଇସ୍କୁଲ ପାର୍ଶ୍ୱରେ ଦୀର୍ଘ ବର୍ଷ ଧରି ୨୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ଦୋକାନ କରି ପରିବାର ପୋଷୁଛନ୍ତି। ସୋମବାର ପୂର୍ବାହ୍ନରେ ଦୋକାନ ଉଚ୍ଛେଦ ଲାଗି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ଓ ଭୁବନେଶ୍ୱରର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ଏକ ଟିମ୍‌ ସହ କମିଶନରେଟ୍‌ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲେ। ତେବେ ଉଚ୍ଛେଦକାରୀ ଟିମ୍‌କୁ ଦେଖିବା ପରେ ଉତ୍ତେଜନା ଦେଖାଯାଇଥିଲା। ପ୍ରଥମେ ଥଇଥାନ୍‌ ପରେ ଉଚ୍ଛେଦ ଦାବିରେ ବହୁସଂଖ୍ୟାରେ ବ୍ୟବସାୟୀ ଓ ଅଞ୍ଚଳବାସୀ ଲକ୍ଷ୍ମୀସାଗର ସ୍କୁଲନିକଟରେ ରାସ୍ତା ଅବରୋଧ କରିଥିଲେ। ୨୦୧୬ ମସିହାରେ ବିଏମ୍‌ସି ପକ୍ଷରୁ ବ୍ୟବସାୟୀଙ୍କୁ ଭେଣ୍ଡିଂଜୋନ୍‌ ମାଧ୍ୟମରେ ଥଇଥାନ କରାଯିବା ପାଇଁ ସର୍ଭେ ହୋଇଥିଲେ ମଧ୍ୟ ତାହା ଏଯାବତ୍‌ ଯୋଗାଇ ଦିଆଯାଇ ନାହିଁ । ଫଳରେ ଦୋକାନ ଭାଙ୍ଗିବାକୁ ଦିଆଯିବ ନାହିଁ ବୋଲି ବ୍ୟବସାୟୀ ଅଡ଼ି ବସିଥିଲେ। ପୋଲିସ ବୁଝାସୁଝା କରିବା ଫଳରେ ବ୍ୟବସୟୀଙ୍କ ପକ୍ଷରୁ ବିଏମ୍‌ସିକୁ ୧୫ ଦିନ ସମୟ ମଗାଯାଇ ଥିଲ। ପରେ ରାସ୍ତା ଅବରୋଧ ହଟିବା ସହ (ବିଡିଏ/ ବିଏମ୍‌ସି) ଘଟଣାସ୍ଥଳରୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri