ଥଇଥାନ ଯୋଜନା ନ ଥାଇ ଉଚ୍ଛେଦ

ଭଞ୍ଜନଗର,୨୧ା୧୧(ଡି.ଏନ.ଏ.)-ଭଞ୍ଜନଗର ସହର ମୁଖ୍ୟ ସଡ଼କରୁ ପ୍ରଶାସନ ପକ୍ଷରୁ ଉଠା ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଉଛି। ଏହି ପ୍ରକ୍ରିୟା ବୁଧବାରଠାରୁ ଆରମ୍ଭ ହୋଇଛି। ଉଚ୍ଛେଦ ଦ୍ୱାରା ରାସ୍ତା ପ୍ରଶସ୍ତୀକରଣ ହୋଇଥିବାରୁ ଟ୍ରାଫିକ ସମସ୍ୟା କିଛି ମାତ୍ରାରେ ଦୂର ହୋଇଛି। ତଥାପି ମୁଖ୍ୟ ସଡ଼କରେ ଥିବା କିଛି ସ୍ଥାୟୀ ଦୋକାନ ସମ୍ମୁଖରେ ପାର୍କିଂ ପାଇଁ ସ୍ଥାନ ରଖାଯାଇ ନ ଥିବାରୁ ଅଧିକାଂଶ ସମୟ ଟ୍ରାଫିକ୍‌ ସମସ୍ୟା ରହୁଛି। ଛୋଟ ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଉଥିବା ବେଳେ ବଡ଼ ବ୍ୟବସାୟୀଙ୍କ ବିରୋଧରେ ସେଭଳି କୌଣସି ପଦକ୍ଷେପ ନିଆଯାଉନାହିଁ। ପ୍ରଶାସନର ଏଭଳି ନୀତି ନେଇ ଉଠା ବ୍ୟବସାୟୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସେମାନେ ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜଙ୍କୁ ଭେଟି ଥଇଥାନ କରିବା ପାଇଁ ନିବେଦନ କରିଛନ୍ତି। ଉପଜିଲାପାଳ ମଧ୍ୟ ଥଇଥାନ ପାଇଁ ପ୍ରତିଶ୍ରୁତି ଦେଇଥିଲେ। ଏଭଳି ସ୍ଥିତିରେ ବୁଧବାର ପ୍ରଶାସନ ପକ୍ଷରୁ ମୁଖ୍ୟ ସଡ଼କରୁ ସମସ୍ତ ଉଠା ବ୍ୟବସାୟୀଙ୍କୁ ଉଚ୍ଛେଦ କରାଯାଇଥିବାରୁ କେତେକ ସ୍ଥାନରେ ବ୍ୟବସାୟୀ ଓ ଏନଏସି କର୍ମଚାରୀଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିବା ଦେଖାଯାଇଥିଲା। ଏହା ପ୍ରତିବାଦରେ ସହର ସମସ୍ତ ଅଞ୍ଚଳରେ ଥିବା ଉଠା ବ୍ୟବସାୟୀମାନେ ବୁଧବାର ଦୋକାନ ବନ୍ଦ କରି ଆନ୍ଦୋଳନ କରିଥିଲେ। ଉଠା ବ୍ୟବସାୟୀଙ୍କୁ ତୁରନ୍ତ ଥଇଥାନ କରା ନଗଲେ ଶତାଧିକ ଗରିବ ରୋଜଗାର ହରାଇବେ। ତେଣୁ ପ୍ରଶାସନ ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହୋଇଛି। ଅନ୍ୟପକ୍ଷରେ ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ନିକଟରେ କପଡ଼ା ଦୋକାନ କରିଥିବା ଉଠା ବ୍ୟବସାୟୀମାନେ ସାବିତ୍ରୀ ମହିଳା କଲେଜ ରାସ୍ତାରେ ବୁଧବାରଠାରୁ ଦୋକାନ କରିଛନ୍ତି।
ଉକ୍ତ ରାସ୍ତାରେ ଦୋକାନକୁ ନେଇ ଆଗାମୀ ଦିନରେ ବିବାଦ ଦେଖାଦେବା ସମ୍ଭାବନା ରହିଛି। କାରଣ ଗତ ମାସରେ ସାବିତ୍ରୀ ମହିଳା କଲେଜ ଛାତ୍ରୀମାନେ କେତେକ ଉଠା ଦୋକାନୀଙ୍କ ପାଇଁ ଉପୁଜିଥିତ୍ବା ସମସ୍ୟା ସମ୍ପର୍କରେ ପ୍ରଶାସନକୁ ଅବଗତ କରାଇଥିଲେ। ତେଣୁ ବିବାଦ ଆସିବା ପୂର୍ବରୁ ପ୍ରଶାସନ ପକ୍ଷରୁ ଉଠା ବ୍ୟବସାୟୀମାନଙ୍କୁ ଥଇଥାନ କରାଯିବା ଆବଶ୍ୟକ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri