ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ ପୂର୍ବତନ ଏମ୍‌ପି ଖାରାବେଳ ସ୍ବାଇଁ କରିଥିଲେ। ଏହି ପଦଯାତ୍ରାରେ ସହରର ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରୀ ଅଂଶଗ୍ରହଣ କରି ଇନ୍ଧନ ଅପବ୍ୟବହାର ରୋକିବା ସହ ଆଗାମୀ ପିଢୀ ପାଇଁ ସଂରକ୍ଷିତ ରଖିବାକୁ ସହରବାସୀଙ୍କୁ ସଚେତନ କରିଥିଲେ। ଏ ସମ୍ପର୍କିତ ପ୍ଲାକାର୍ଡ ଧରି ସହର ପରିକ୍ରମା କରିଥିଲେ। କାର୍ଯ୍ୟକ୍ରମରେ ସ୍କୁଲ ପିଲାଙ୍କ ଅଂଶଗ୍ରହଣକୁ ନେଇ ଅସନ୍ତୋଷ ଦେଖାଦେଇଛି। ଶୋଭାଯାତ୍ରା ପୂର୍ବରୁ ପ୍ରବଳ ଥଣ୍ଡାରେ ପିଲାମାନଙ୍କୁ ସକାଳ ସାଢ଼େ ୬ଟାରୁ ଠିଆ କରାଯାଇଥିଲା। ଶୀତରେ ପିଲାମାନେ ଥରୁଥିଲେ ବି ଏହାକୁ ଗୁରୁତ୍ୱ ଦିଆଯାଇ ନ ଥିଲା। ଆଇଓସିଏଲ୍‌ କାର୍ଯ୍ୟକ୍ରମରେ ସ୍କୁଲ ପିଲାଙ୍କୁ ସାମିଲ କରିବାକୁ ନେଇ ସହରର ବୁଦ୍ଧିଜୀବୀ ପ୍ରଶ୍ନ ଉଠାଇଥିଲେ। ସହରରେ ବହୁ ସଂଖ୍ୟାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ, କଲେଜ, ଯୁବକ ସଂଘ ଓ ସରକାରୀ କର୍ମଚାରୀ ଅଛନ୍ତି। ହେଲେ ସେମାନଙ୍କୁ ଏଥିରେ ସାମିଲ ନ କରି ଛୋଟ ଛୋଟ ପିଲାଙ୍କୁ ଥଣ୍ଡା କାକରରେ ଦୀର୍ଘ ସମୟ ଠିଆ କରାଇବାକୁ ସବୁ ମହଲରେ ନିନ୍ଦା କରାଯାଇଛି। କେତେକ ମାନବାଧିକାର କର୍ମୀ ମାନବାଧିକାର କମିଶନର ଦ୍ୱାରସ୍ଥ ହେବେ ବୋଲି କହିଛନ୍ତି। ଅତିଥି ଭାବେ ଆଇଓସିଏଲ୍‌ର ଓଡିଶା ଜେନେରାଲ ମ୍ୟାନେଜର ଏମ୍‌. ଉନିକ୍ରିଷ୍ଣା ଓ ଚିଫ୍‌ ଟେକ୍ନିକାଲ ଅଫିସର ଅମର ବଳବନ୍ତରାୟ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଭାରତୀୟ ଭାବେ ଏହି ଟ୍ରଫି ଜିତି ଇତିହାସ ରଚିଲେ ପ୍ରଜ୍ଞାନନ୍ଦା

ନୂଆଦିଲ୍ଲୀ,୨୮।୮:ଭାରତୀୟ ଗ୍ରାଣ୍ଡମାଷ୍ଟର ଆର. ପ୍ରଜ୍ଞାନାନନ୍ଦ ସେଣ୍ଟ ଲୁଇସରେ ଗ୍ରାଣ୍ଡ ଚେସ ଟୁର୍‌ ଟାଇଟଲ ଜିତି ଇତିହାସ ରଚିଛନ୍ତି। ଏହି ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଚେସ ଖେଳାଳି…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର…

ବେଲଗାମ୍‌ ଟ୍ରାଫିକ ବ୍ୟବସ୍ଥା, ନାକେଦମ୍‌ ସହରବାସୀ: ସ୍ପିଡ୍‌ ବାଇକର୍‌ଙ୍କ ଯୋଗୁ ଦୁର୍ଘଟଣା ଭୟ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଟ୍ରାଫିକ ସମସ୍ୟା ବେଲଗାମ୍‌ ହୋଇପଡ଼ିଛି। ସହରସ୍ଥିତ ଯେଉଁ ରାସ୍ତା ଓ ଛକକୁ ଦେଖିଲେ ଏହି ସମସ୍ୟା ରହିଛି। ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ…

ବର୍ଷାରେ ଧସିଲା ପିଡବ୍ଲ୍ୟୁଡି ରାସ୍ତା: ନିମ୍ନମାନର କାମ, ସ୍ଥାୟିତ୍ୱକୁ ନେଇ ପ୍ରଶ୍ନ

ଭବାନୀପାଟଣା,୨8ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି) ବିଭାଗ ରାସ୍ତା କାମରେ ବିଭିନ୍ନ ସମୟରେ ଦୁର୍ନୀତି ହେଉଥିବା ଅଭିଯୋଗ ଆସୁଥିଲେ ମଧ୍ୟ ଏଥିପ୍ରତି ଜିଲା ପ୍ରଶାସନ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri