ଥମାସ କୁକ୍‌ ଦେବାଳିଆ ଯୋଗୁ ପ୍ରଭାବିତ ହେବ ଭାରତର ପର୍ଯ୍ୟଟନ ଶିଳ୍ପ

ନୂଆଦିଲ୍ଲୀ,୨୫-୯: ବିଶ୍ୱର ସର୍ବବୃହତ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବ୍ରିଟେନର ଥମାସ କୁକ୍‌ ରାତାରାତି ନିଜକୁ ଦେବାଳିଆ ଘୋଷଣା କରିବା ଦ୍ୱାରା ସାରାବିଶ୍ୱର ପର୍ଯ୍ୟଟନ ଶିଳ୍ପ ପ୍ରଭାବିତ ହେବାକୁ ଯାଉଛି। ଭାରତ ମଧ୍ୟ ଏଥିରୁ ବାଦ୍‌ ପଡିବନି। ଥମାସ କୁକ୍‌ ବନ୍ଦ ହୋଇଯିବା ଦ୍ୱାରା ଭାରତକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗମନ ଯଥେଷ୍ଟ ସଂଖ୍ୟାରେ କମିଯିବ ବୋଲି ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଫଳସ୍ବରୂପ ଆଗାମୀ ଦିନରେ ଭାରତର ବୈଦେଶିକ ମୁଦ୍ରା ଅର୍ଜନ ବହୁ ପରିମାଣରେ କମିବ ବୋଲି ସେମାନେ କହିଛନ୍ତି। ପର୍ଯ୍ୟଟନ ଉଦ୍ୟୋଗ ସୂତ୍ରରୁ ପ୍ରକାଶ ଯେ, ଥମାସ କୁକ୍‌ ବ୍ରିଟେନ, ଜର୍ମାନୀ ଓ ଫ୍ରାନ୍ସ ଭି ଦେଶରୁ ବଡ଼ ଆକାରରେ ଖର୍ଚ୍ଚ କରିପାରୁଥିବା ପର୍ଯ୍ୟଟକଙ୍କୁ ଭାରତ ପଠାଉଥିଲା। ଭାରତୀୟ ବଜାର ଥମାସ କୁକ୍‌ର ପାଇଁ ଆୟର ପ୍ରମୁଖ ସ୍ରୋତ ଥିଲା। ଦିଲ୍ଲୀସ୍ଥିତ ୨୪x୭ ଟ୍ରାଭେଲ୍ସ ଡଟ୍‌ କମ୍‌ର ନିର୍ଦ୍ଦେଶକ ହରଜିନ୍ଦର ସିଂ କହିଛନ୍ତି ଯେ, ଥମାସ କୁକ୍‌ ବନ୍ଦ ହୋଇଯିବା ପରେ ଭାରତକୁ ଆସୁଥିବା ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ନିଶ୍ଚିତ ରୂପେ ହ୍ରାସ ପାଇବ। ମାନ୍ଦାବସ୍ଥା କାରଣରୁ ଦେଶର ପର୍ଯ୍ୟଟନ ଉଦ୍ୟୋଗ ସଂଘର୍ଷ କରୁଥିବା ବେଳେ ଥମାସ କୁକ୍‌ ବନ୍ଦ ହୋଇଯିବା ବେଡି ଉପରେ କୋରଡା ମାଡ଼ ସଦୃଶ ହେବ। ସଦ୍ୟତମ ସରକାରୀ ତଥ୍ୟ ଅନୁଯାୟୀ, ଅଗଷ୍ଟରେ ଭାରତ ଆସିଥିବା ବିଦେଶୀ ପର୍ଯ୍ୟଟକଙ୍କ ମଧ୍ୟରେ ବ୍ରିଟେନରୁ ୮.୦୧ ପ୍ରତିଶତ, ଜର୍ମାନୀରୁ ୧.୮୫% ରହିଛନ୍ତି। ବିଶ୍ୱରେ ମାନ୍ଦାବସ୍ଥା କାରଣରୁ ବିଦେଶୀ ପର୍ଯ୍ୟଟକଙ୍କ ବୁଲିବା କମୁଛି। ଫଳରେ ଥମାସ କୁକ୍‌ ଭଳି ବହୁ ପର୍ଯ୍ୟଟନ ସେବା ଯୋଗାଣକାରୀ କମ୍ପାନୀ ବନ୍ଦ ହେବାକୁ ବସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?