Posted inଜାତୀୟ

ଥମୁନି ଲଜ୍ଜା, ବର୍ବରତା

ଲକ୍ଷ୍ନୌ,୨୩ା୬(ପି.ଟି./ ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶ(ୟୁପି)ରେ ମହିଳା ବିରୋଧୀ ହିଂସା ବଢ଼ିବାରେ ଲାଗିଛି। ଉନ୍ନାଓ ଜିଲାରେ ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ଇଟାରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସାଫିପୁର ଥାନା ଅଞ୍ଚଳରେ ଶୁକ୍ରବାର ଘଟିଥିବା ଏହି ଘଟଣାକୁ ନେଇ ଉନ୍ନାଓ ପୁଣିଥରେ ବଦନାମ ମୁଣ୍ଡାଇଛି।
ବର୍ଷୀୟା ଝିଅ ଶୁକ୍ରବାର ରାତିରେ ତାଙ୍କ ଘର ବାହାରେ ଶୋଇଥିଲେ। ତାଙ୍କ ବାପା ମଧ୍ୟରାତ୍ରିରେ ଉଠି ଦେଖିଲା ବେଳକୁ ଖଟରେ ଝିଅ ନ ଥିଲେ। ସେ ପାଖ ପଡ଼ିଆକୁ ଝାଡ଼ା ଯାଇଥିବେ ଭାବି ବାପା ଅପେକ୍ଷା କରିଥିଲେ। ହେଲେ ଦୀର୍ଘସମୟ ପରେ ବି ନ ଫେରିବାରୁ ବାପାଙ୍କ ମନରେ ସନ୍ଦେହ ହେଲା। ପରିବାର ସଦସ୍ୟ ଓ ପଡ଼ୋଶୀଙ୍କୁ ଜଣାଇବା ପରେ ଝିଅଙ୍କୁ ସମସ୍ତେ ଖୋଜାଖୋଜି କରିଥିଲେ। ଶେଷରେ ଏକ ବଗିଚାରେ ଝିଅଙ୍କ ଅନାବୃତ ମୃତଦେହ ପଡ଼ିଥିବା ସେମାନେ ଦେଖିବାକୁ ପାଇଲେ। ତାଙ୍କୁ ଇଟାରେ ଛେଚି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। କେବଳ ଏତିକି ନୁହେଁ, ତାଙ୍କ ଗୁପ୍ତାଙ୍ଗ ଓ ବେକରେ ଅନେକ କ୍ଷତଚିହ୍ନ ମଧ୍ୟ ଥିଲା। ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନ ବଳରେ ପୋଲିସ ଏକ ବଳାତ୍କାର ମାମଲା ରୁଜୁ କରିଛି। ପୀଡ଼ିତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତନାଘନା ଚଳାଇଛି ବୋଲି ଉନ୍ନାଓ ଏସ୍‌ପି ପି.ଏମ୍‌. ବର୍ମା ସୂଚନା ଦେଇଛନ୍ତି।
ଯେ, ୟୁପିରେ ଦିନକୁ ଦିନ ବଳାତ୍କାର ଘଟଣା ବଢ଼ିବାରେ ଲାଗିଛି। ୨୦୧୭ ଜୁନ୍‌ ୪ରେ ଉନ୍ନାଓର ଜଣେ ୧୭ ବର୍ଷୀୟା ଝିଅଙ୍କୁ ଗଣବଳାତ୍କାର କରାଯାଇଥିଲା। ଭାଜପା ବିଧାୟକ କୁଲଦୀପ ସିଂ ସେନ୍‌ଗାର, ତାଙ୍କ ଭାଇ, ୩ ପୋଲିସ କର୍ମୀ ଓ ଅନ୍ୟ ୫ ଜଣଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ୨୦୧୮ ଏପ୍ରିଲ ୮ରେ ନାବାଳିକା ଜଣକ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ଆଗରେ ଆମତ୍ହତ୍ୟା ଉଦ୍ୟମ କରିଥିଲେ। ପୋଲିସ ନାବାଳିକାଙ୍କ ବାପାଙ୍କୁ ହାଜତକୁ ନେଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ଜାତୀୟ ସ୍ତରରେ ଆଲୋଡ଼ନ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri