ଥମୁନି ହାତୀ ଉପଦ୍ରବ

ଔପଦା, ୧୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଓ ଭରଡ଼ାବାଟି ଗ୍ରାମରେ ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଫଳରେ ଚାଷୀମାନେ ଅସନ୍ତୁଷ୍ଟ ହୋଇ ଚାଷ ଛାଡିଦେବେ ବୋଲି ଚେତାବନୀ ଦେଇଛନ୍ତି।
କୁଲଡ଼ିହା ହାତୀ ଅଭୟାରଣ୍ୟ ସଂଲଗ୍ନ ପାହାଡ଼ିତଳି ଆଦିବାସୀ ଗ୍ରାମ ଭରଡ଼ାବାଟି, ଗଡ଼ସାହି ଓ ଅତାସାହି ସଂଲଗ୍ନ ଧାନ କ୍ଷେତରେ ସଞ୍ଜ ହେବା ବେଳକୁ ହାଜର ହୋଇଯାଉଛନ୍ତି। ଯେତିକି ଖାଉଛନ୍ତି ତାହାଠୁ ଅଧିକ ଦଳଚକଟି ଧାନକ୍ଷେତ ନଷ୍ଟ କରି ଦେଉଛନ୍ତି। ଚାଷୀମାନେ ସଂଘବଦ୍ଧ ହୋଇ ହାତୀ ଘଉଡ଼ାଇବା ପାଇଁ ଗଛରେ ମଞ୍ଚା ବାନ୍ଧି ରାତି ଉଜାଗର ରହୁଛନ୍ତି। ମାତ୍ର କିଛି ଲାଭ ହେଉନି। ହାତୀପଲ ଆସିଲେ ଚାଷୀମାନେ ବାଣ ଫୁଟାଇବା ସହ ଘଣ୍ଟା ବଜାଇ ହୋହଲ୍ଲା କଲେ ମଧ୍ୟ କିଛି ଫରକ ପଡୁନାହିଁ। ଏ ନେଇ ଗଡ଼ସାହି ଗ୍ରାମର ନଟବର ଗିରି, ଦୁର୍ଯ୍ୟୋଧନ ଖେଜୁରିଆ, ବନମାଳି ମଢ଼େଇ, ମଙ୍ଗୁଳୁ କୁଅଁର, ଗୋପୀନାଥ କୁଅଁର, ଭରଡ଼ାବାଟି ଗ୍ରାମର ହରିହର ଖଟୁଆ, ପୁନ ବିଶ୍ୱାଳ, ଗୌତମ ଗଡ଼ଗାୟାଁ ଓ ଅତାସାହି ଗ୍ରାମର ପ୍ରଶାନ୍ତ ବେହେରା, କାଳନ୍ଦ୍ରୀ ଲେଙ୍କା ପ୍ରମୁଖ ହାତୀ ଉପଦ୍ରବ ପାଇଁ ହତାଶ ହୋଇ ଚାଷ ଛାଡ଼ି ଦେବାକୁ ସ୍ଥିର କରିଥିବା କହିଛନ୍ତି। ଅନ୍ୟପକ୍ଷରେ ହାତୀ ଉପଦ୍ରବ ରୋକିବା ସହ ଏହାର ସ୍ଥାୟୀ ପ୍ରତିକାର କରିବାକୁ ବନବିଭାଗ ନିକଟରେ ଚାଷୀମାନେ ଦାବି ଜଣାଇଛନ୍ତି। ଏ ସମ୍ପର୍କରେ ସ୍ଥାନୀୟ ବନବିଭାଗ ପଦାଧିକାରୀଙ୍କ ସହ ଯୋଗାଯୋଗ କରିବାରୁ ସେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଉଚିତ୍‌ କ୍ଷତିପୂରଣ ଦେବାକୁ ପଦକ୍ଷେପ ନେଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri