ଥରିଲା ଆଫଗାନୀସ୍ତାନ

କାବୁଲ,୪।୭: ଆଫଗାନୀସ୍ତାନ ହିନ୍ଦୁ କୁଶ ଅଞ୍ଚଳରେ ଗୁରୁବାର ସକାଳ ୯ଟା ୫୦ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ଥିଲା ବୋଲି ଆମେରିକା ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୂକମ୍ପ ହେବାରୁ ଲୋକେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ତେବେ ଆତଙ୍କିତ ହେବାର କୌଣସି କାରଣ ନାହିଁ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଲୋକଙ୍କୁ କୁହାଯାଇଛି। ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଉଦ୍ଧାରକାରୀ ଦଳଙ୍କୁ ପ୍ରସ୍ତୁତ ରଖାଯାଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Share