Posted inଜାତୀୟ

ଥରୁରଙ୍କୁ ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ବୁଧବାର ୨୩ଟି ଭାଷାରେ ଘୋଷଣା କରାଯାଇଛି। ୭ଟି କବିତା ସଂଗ୍ରହ, ୪ ଉପନ୍ୟାସ, ୬ କାହାଣୀ ସଂଗ୍ରହ, ୩ ନିବନ୍ଧ ସଂଗ୍ରହ, ଆତ୍ମକଥା ଏବଂ ଜୀବନୀକୁ ନେଇ ଏହି ସମ୍ମାନ ଦିଆଯାଇଥିବା ଜଣାପଡ଼ିଛି। ଚଳିତ ଥର ନେପାଳୀ ଭାଷା ପାଇଁ ପରେ ପୁରସ୍କାର ଘୋଷଣା କରାଯିବ। ୨୦୨୦ ଜାନୁୟାରୀ ୨୫ରେ ଏକ ସ୍ବତନ୍ତ୍ର ସମାରୋହରେ ଏହି ପୁରସ୍କାର ପ୍ରଦାନ କରାଯିବା ସହ ବିଜେତାଙ୍କୁ ୧ଲକ୍ଷ ଟଙ୍କା ଦିଆଯିବା ନେଇ ଘୋଷଣା କରାଯାଇଛି। ଏହି ପରିପ୍ରେକ୍ଷୀରେ ଲେଖକ ତଥା କଂଗ୍ରେସ ଏମ୍‌ପି ଶଶି ଥରୁରଙ୍କୁ ଇଂଲିଶ୍‌ ଭାଷା ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ୨୦୧୯ରେ ତାଙ୍କୁ ସମ୍ମାନିତ କରାଯାଇଛି। ବ୍ରିଟିଶ ରାଜତ୍ୱ ସମୟରେ ଲେଖା ହୋଇଥିବା ବହି ‘An Era of Darkness’ ପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି। ଏହି ବହି ୨୦୧୬ରେ ପ୍ରକାଶ ପାଇଥିଲା। ଏଥିରେ ବ୍ରିଟିଶ ରାଜତ୍ୱର କଥାବସ୍ତୁ ସ୍ଥାନିତ ହୋଇଛି। ଯେପରିକି ୧୮୫୭ର କ୍ରାନ୍ତି, ୧୯୧୯ର ଜାଲିଓ୍ବାନାବାଗ ହତ୍ୟାକାଣ୍ଡ, ଇଷ୍ଟ ଇଣ୍ଡିଆ କମ୍ପାନୀ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ବ୍ୟାଖ୍ୟା କରାଯାଇଛି। ସୂଚନାଯୋଗ୍ୟ, ଥରୁର ଏପର୍ଯ୍ୟନ୍ତ ମୋଟ ୧୯ଟି ବହି ଲେଖିସାରିଛନ୍ତି। ସେହିପରି ହିନ୍ଦୀ ଭାଷା ପାଇଁ ନନ୍ଦ କିଶୋର ଆଚାର୍ଯ୍ୟଙ୍କୁ, ଊର୍ଦ୍ଦୁରେ ଶାଫେ କିଦ୍‌ଓ୍ବାଇଙ୍କୁ ଓ ଓଡ଼ିଆରେ ତରୁଣକାନ୍ତି ମିଶ୍ରଙ୍କୁ ଏହି ପୁରସ୍କାର ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କାର- ଅଟୋ ମୁହାଁମୁହିଁ ଧକ୍କା: ୨ ଜଣ ଗୁରୁତର

ଧାମନଗର, ୬/୯ (ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ଧାମନଗର ଛକ ଫ୍ଲାଏଓଭର ବ୍ରିଜ୍‌ ନିକଟରେ ରବିବାର ସକାଳ ପ୍ରାୟ…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri