ଥର୍ମାଲ ସ୍କ୍ରିନିଂ ପରେ ଆରମ୍ଭ ହେଲା ଯୁକ୍ତ ୨ ମୂଲ୍ୟାୟନ

ଭଞ୍ଜନଗର,୧୭।୬(ଡି.ଏନ.ଏ)- ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଠାରୁ ଯୁକ୍ତ୨ କଳା ମୂଲ୍ୟାୟନ ଆରମ୍ଭ ହୋଇଛି। ମୁଲ୍ୟାୟନକୁ ଆସିଥିବା ଅଧ୍ୟାପିକା ଅଧ୍ୟାପକଙ୍କ ପ୍ରଥମେ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନେ ମୁଲ୍ୟାୟନ କେନ୍ଦ୍ରକୁ ଯାଇଥିଲେ। ଅଧ୍ୟକ୍ଷ ଡ଼. ନୀଳାଞ୍ଚଳ ମୁନି କେନ୍ଦ୍ରର ସୁପରିଟେଣ୍ଡ ଥିବାବେଳେ ପ୍ରଶାସନିକ ଅଧିକାରୀ ଡ. ସୁବାସ ଚନ୍ଦ୍ର ପ୍ରଧାନ, ଡ. ରବୀନ୍ଦ୍ର ନାଥ ପାଳ, ପ୍ରାଧ୍ୟାପକ ବିଭୁତି ପାଣିଗ୍ରାହୀ, ଆର. କେ. ଦାସ ପ୍ରମୁଖ ବିଭିନ୍ନ ଦାୟିତ୍ୱରେ ଅଛନ୍ତି। ଗତ ୮ ତାରିଖରେ ମୁଲ୍ୟାୟନ ଆରମ୍ଭ ହେବାର ଥିଲା। କିନ୍ତୁ ତାହାକୁ ୧୫ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। କିନ୍ତୁ ଗଞ୍ଜାମ ଜିଲାରେ ଶଟ୍‌ଡ଼ାଉନ ଜୁନ୍‌ ୧୫ରୁ ୩୦ ପର୍ଯ୍ୟନ୍ତ ଘୋଷଣା ହେବାରୁ ତାହା ଆରମ୍ଭ ହୋଇପାରିନଥିଲା। ପ୍ରଶାସନିକ ଅନୁମତି ପରେ ବୁଧବାରଠୁ ମୂଲ୍ୟାୟନ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri