ଥର୍ମାଲ ସ୍କ୍ରିନିଂ ପରେ ଆରମ୍ଭ ହେଲା ଯୁକ୍ତ ୨ ମୂଲ୍ୟାୟନ

ଭଞ୍ଜନଗର,୧୭।୬(ଡି.ଏନ.ଏ)- ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ବୁଧବାର ଠାରୁ ଯୁକ୍ତ୨ କଳା ମୂଲ୍ୟାୟନ ଆରମ୍ଭ ହୋଇଛି। ମୁଲ୍ୟାୟନକୁ ଆସିଥିବା ଅଧ୍ୟାପିକା ଅଧ୍ୟାପକଙ୍କ ପ୍ରଥମେ ଥର୍ମାଲ ସ୍କ୍ରିନିଂ କରାଯାଇଥିଲା। ଏହାପରେ ସେମାନେ ମୁଲ୍ୟାୟନ କେନ୍ଦ୍ରକୁ ଯାଇଥିଲେ। ଅଧ୍ୟକ୍ଷ ଡ଼. ନୀଳାଞ୍ଚଳ ମୁନି କେନ୍ଦ୍ରର ସୁପରିଟେଣ୍ଡ ଥିବାବେଳେ ପ୍ରଶାସନିକ ଅଧିକାରୀ ଡ. ସୁବାସ ଚନ୍ଦ୍ର ପ୍ରଧାନ, ଡ. ରବୀନ୍ଦ୍ର ନାଥ ପାଳ, ପ୍ରାଧ୍ୟାପକ ବିଭୁତି ପାଣିଗ୍ରାହୀ, ଆର. କେ. ଦାସ ପ୍ରମୁଖ ବିଭିନ୍ନ ଦାୟିତ୍ୱରେ ଅଛନ୍ତି। ଗତ ୮ ତାରିଖରେ ମୁଲ୍ୟାୟନ ଆରମ୍ଭ ହେବାର ଥିଲା। କିନ୍ତୁ ତାହାକୁ ୧୫ ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା। କିନ୍ତୁ ଗଞ୍ଜାମ ଜିଲାରେ ଶଟ୍‌ଡ଼ାଉନ ଜୁନ୍‌ ୧୫ରୁ ୩୦ ପର୍ଯ୍ୟନ୍ତ ଘୋଷଣା ହେବାରୁ ତାହା ଆରମ୍ଭ ହୋଇପାରିନଥିଲା। ପ୍ରଶାସନିକ ଅନୁମତି ପରେ ବୁଧବାରଠୁ ମୂଲ୍ୟାୟନ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri